ଆଜି ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଆଦି ୬ଟି ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଢେଙ୍କାନାଳ, କଟକ ଓ ଦେବଗଡ଼ ଆଦି ୮ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ତେବେ ଅନ୍ୟସବୁ ଜିଲାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ରବିବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ ଓ ବୌଦ୍ଧ ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କଟକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ଓ ଏସବୁ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ରଜରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁ ସୃଷ୍ଟ ସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri