ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଉପକୂଳ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଛି। ସୋମବାର ଏହା ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ସୋମବାର ସକାଳୁ ହାଲକା ବର୍ଷା ହେଉଥିବା ବେଳେ ଅପରାହ୍ନରୁ ବର୍ଷା ପରିମାଣ ବୃଦ୍ଧି ହୋଇଛି। ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, କୋରାପୁଟ, ମାଲକାନଗିରି, ବରଗଡ, ଝାରସୁଗୁଡା ଆଦି ଜିଲାରେ ରାତି ତମାମ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମି ରହିବା ସହ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇଛି। ଲଘୁଚାପ ଯୋଗୁ ଛତିଶଗଡରେ ପ୍ରବଳ ବର୍ଷା ହେଉଛି। ହୀରାକୁଦ ଜଳ ଭଣ୍ଡାର ଭିତରକୁ ବହୁ ପରିମାଣର ଜଳ ପ୍ରବେଶ କରୁଛି। ଏହାକୁ ଦୃଷ୍ଟିରେ ରଖି ଦୁଇଟି ଗେଟ ଯୋଗେ ପାଣି ନିଷ୍କାସନ କରାଯାଉଛି। ହୀରାକୁଦରେ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଜଳଭଣ୍ଡାରରେ ୬୨୮.୭୫ ପୁଟ ପାଣି ରହିଛି। ପ୍ରବଳ ବର୍ଷାକୁ ଦେଖି ଦୁଇଟି ଗେଟ ଦେଇ ୪୭ ହଜାର ୩୯୮ କ୍ୟୁସେକ ଜଳ ମହାନଦୀକୁ ଛଡା ଯାଉଛି।
ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ସୋନପୁରରେ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନବରଙ୍ଗପୁର ୧୧, ଚନ୍ଦାହାଣ୍ଡି ୧୧, ରାୟଗଡା ୧୧, ଭଦ୍ରକ ୧୦, ମୟୂରଭଞ୍ଜ ୧୦, କେନ୍ଦୁଝର ୯, କଳାହାଣ୍ଡି ୯, ବାୈଦ୍ଧ ୭, ମାଲକାନଗିରି ୭, ଭଞ୍ଜନଗର ୬, ବଲାଙ୍ଗୀର ୬, ଗଞ୍ଜାମ ୬ ଏବଂ ଟିଟିଲାଗଡରେ ୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା ଏବଂ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ର୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ରେଡୱାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ଏହା ପରେ ଲଘୁଚାପ ଝାଡଖଣ୍ଡ ଦେଇ ଉତ୍ତର ଦିଗକୁ ଚାଲିଯିବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ରେଡ ଏବଂ ଏଲୋଓ୍ବାର୍ନିଂ ଜାରି କରାଯାଇଥିବା ଜିଲାଗୁଡିକର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri