ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨।୯:  ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ ରୂପନେବ। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପୂର୍ବାନୁମାନ କରିଛି । ବୁଧବାରଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ସେହିପରି  ପ୍ରବଳ ବର୍ଷା ନେଇ ୧୫ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, କଟକ ଏବଂ ଅନୁଗୋଳ ଜିଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।