୧୮ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୧୭ରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବଜ୍ରପାତ ହେବ। ସେଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୮ରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ଏବଂ ଏ ଦୁଇଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳରେ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି...

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ...

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ନାବାଳକ, ଦେଖାକରିବାକୁ ଯାଇ…

ବିଞ୍ଝାରପୁର, ୨୦ା୧୨(ରାମକୃଷ୍ଣ ଦାସ): ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ...

୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…

କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର...

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ...

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri