୨୭ ଯାଏ ବର୍ଷିବ

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ଆଗାମୀ ଦୁଇଦିନ ଯାଏ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର କଟକ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଅପରାହ୍ନ ୫ଟା ସୁଦ୍ଧା ଅନୁଗୋଳରେ ସର୍ବାଧିକ ୧୫୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବୌଦ୍ଧରେ ୬୨ମିମି, ଢେଙ୍କାନାଳରେ ୫୭ ମିମି, ହୀରାକୁଦରେ ୪୩.୨ ମିମି ଓ ପୁରୀରେ ୪୦.୨ ମିମି ବର୍ଷା ହୋଇଛି। ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ପାଇଁ ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ବରଗଡ଼ ଜିଲାରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ଅତିରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ସ୍ଥାନରେ ୭ରୁ ୨୦ ସେମି ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ଥିବାରୁ ଏସବୁ ଜିଲାଗୁଡ଼ିକରେ ଜଳବନ୍ଦୀ ସମସ୍ୟା ଉପୁଜିବା ସହ କଚ୍ଚାଘର ପ୍ରତି ବିପଦ ରହିଛି। ସହରାଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ଖାଲୁଆ ଚାଷଜମିଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ଜଳ ନିଷ୍କାସନ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବା ସହ ପାଚିଲା ଫସଲ ଅମଳ ପାଇଁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ସୋମବାର ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼ ଓ ଖୋର୍ଦ୍ଧାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲାଗୁଡ଼ିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରାଯିବା ସହ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?