୪ ତାରିଖଯାଏ ବର୍ଷିବ

ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଶନିବାର ଉତ୍ତର ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପର ରୂପ ନେବା ପରେ ବର୍ଷା ପରିମାଣ ବଢ଼ିଛି। ରବିବାର ସନ୍ଧ୍ୟା ସୁଦ୍ଧା ସମ୍ବଲପୁର ଜିଲାରେ ସର୍ବାଧିକ ୧୧୪.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସୁନ୍ଦରଗଡ଼ରେ ୧୧୨.୨ ମିମି, ଫୁଲବାଣୀରେ ୬୬.୦୦ ମିମି, ଦେବଗଡ଼ରେ ୬୩.୦ ମିିମି ଓ ସୋନପୁରରେ ୫୫.୦୦ ମିିମି ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ହେବାସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ଜୁଲାଇ ୩୧, ଅଗଷ୍ଟ ୧ ଓ ୨ରେ ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
୩୧ ତାରିଖରେ ସମ୍ବଲପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ ଆଦି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଜଗତ୍‌ସିଂହପୁର, ପୁରୀ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଜ୍ଞାନୀ ଏଚ୍‌. ଆର୍‌. ବିଶ୍ୱାସ କହିଛନ୍ତି, ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ୧ ଓ ୨ ତାରିଖରେ ବର୍ଷାର ପରିମାଣ ଅଧିକ ରହିପାରେ। ସେହିପରି ଭୁବନେଶ୍ୱରରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ ବର୍ଷା ହୋଇପାରେ। ୧ ତାରିଖରେ ପୁରୀ, ଜଗତ୍‌ସିଂହପୁର, ଢ଼େଙ୍କାନାଳ, ଅନୁଗୋଳ, ସମ୍ବଲପୁର ଆଦି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସେସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri