୧୪ ଯାଏ ଝଡ଼ବର୍ଷା ଆଶଙ୍କା

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଝଡବର୍ଷା ଲାଗି ରହିବା ଫଳରେ ଗ୍ରୀଷ୍ମର ପ୍ରକୋପରୁ ରାଜ୍ୟବାସୀଙ୍କୁ ତ୍ରାହି ମିଳିଛି। ପାରଦ ୪୦ ଡିଗ୍ରୀ ତଳେ ରହିଛି। ରବିବାର ମଧ୍ୟରାତ୍ରିରେ ଉପକୂଳ ଓଡିଶାର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱରରେ ସର୍ବାଧିକ ୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୨, ଦାରିଙ୍ଗିବାଡି ୩୨, ଚାନ୍ଦବାଲି ୧୦.୬, କଟକ ୮.୨, ପୁରୀ ୧୮, କେନ୍ଦୁଝର ୨୧, ଅନୁୋଗଳ ୪.୨, ବାରିପଦା ୪.୨, ବଲାଙ୍ଗୀର ୪.୨, କୋରାପୁଟ ୧୭, ଫୁଲବାଣୀ ୧୨, ଟିଟିଲାଗଡରେ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ଏଥିଯୋଗୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ହ୍ରାସ ପାଇଛି। ମାଲକାନିଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଭାଗରେ ତାପମାତ୍ରା ଏହା ତଳକୁ ରହିଛି। ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଅପାଡା, କନ୍ଧମାଳ, କଳାହାଣ୍ଡି,ବଲାଙ୍ଗୀର, ରାୟଗଡା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ନରବଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲାର କେତେକ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଢେଙ୍କାନାଳ ଏବଂ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri