ବାତ୍ୟା ପାଇଁ ଖାଲିହେଲା ଧାରଣାସ୍ଥଳ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଆକଳନ ଅନୁସାରେ ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ଜଓ୍ବାଦ’ର ରୂପନେଇ ଓଡ଼ିଶା ଉପକୂଳ ଆଡକୁ ମାଡ଼ି ଆସୁଛି। ଏହା ପୁରୀଠାରେ ସ୍ଥଳଭାଗକୁ ଛୁଇଁବ ଓ ଏଥିରେ ଭୁବନେଶ୍ୱର ବି ପ୍ରଭାବିତ ହେବା ସମ୍ଭାବନା ରହିଛି। ବାତ୍ୟାକୁ ଦୃଷ୍ଟିରେ ରଖି ଶୁକ୍ରବାର ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି ଓ ରାଜଭବନ ସମ୍ମୁଖ ଧାରଣାସ୍ଥଳରେ ପୋଲିସ ପହଞ୍ଚତ୍ ଆନ୍ଦୋଳନକରୀଙ୍କୁ ଉଠିଯିବାକୁ ନିବେଦନ କରିଥିଲା। ଏହାପରେ ଆନ୍ଦୋଳନକାରୀ ଧାରଣାସ୍ଥଳ ଖାଲି କରି ଦେଇଛନ୍ତି। ଏନେଇ ଡିସିପି ଉମାଶଙ୍କର ଦାଶ କହିଛନ୍ତି, ସାମୁଦ୍ରିକ ବାତ୍ୟା ଜୱାଦ୍‌ ସମୟରେ ଯେକୌଣସି ପ୍ରକାରର ଦୁର୍ଘଟଣାରୁ ବର୍ତ୍ତିବା ଲାଗି ଡାକବାଜିଯନ୍ତ୍ର ଯୋଗେ ଧାରଣା ସ୍ଥଳ ଖାଲି କରିବାକୁ କୁହାଯାଇଥିଲା। ରାତି ସୁଦ୍ଧା ସମସ୍ତ ଆନ୍ଦୋଳନକରୀ ଧାରଣାରୁ ଓହରି ଧାରଣାସ୍ଥଳ ଖାଲି କରିଛନ୍ତି। ବାତ୍ୟା ସମୟରେ ଘରେ ରହି ଆବଶ୍ୟକ ସୁରକ୍ଷା ପଦକ୍ଷେପ ପାଳନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଅପରପକ୍ଷେ, ଆନ୍ଦୋଳନରତ ମହାବିଦ୍ୟାଳୟ ଶିକ୍ଷକ ଏବଂ ଅଣଶିକ୍ଷକ (+୨ଓ +୩) କର୍ମଚାରୀ ସଂଘ ପକ୍ଷରୁ ଯୁଗ୍ମ ସମ୍ପାଦକ କମଳାକାନ୍ତ ଲେଙ୍କା କହିଛନ୍ତି, ବାତ୍ୟାକୁ ଦୃଷ୍ଟିରେ ରଖି ଆନ୍ଦୋଳନରୁ ଉଠିଯାଉଛୁ। ସ୍ଥିତି ସାମାନ୍ୟ ହେଲେ ଆନ୍ଦୋଳନକୁ ଫେରିବୁ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri