Posted inଖେଳ

ଧୋନୀଙ୍କ ପ୍ରଥମ ରୋଜଗାର ବିଷୟରେ ଜାଣି ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ବଡ କ୍ରିକେଟର ହେବା ତାଙ୍କ ଖୁବ୍‌ ସଂଘର୍ଷ କରିବାକୁ ପଡିଥିଲା। ମହେନ୍ଦ୍ର ସିଂ ଧୋନୀ ଆରମ୍ଭରୁ କ୍ରିକେଟ ପ୍ରତି ଆଗ୍ରହ ପ୍ରକାଶ କରି ନ ଥିଲେ। ସେ ବିଦ୍ୟାଳୟ ସ୍ତରରେ ଫୁଟବଲ ଦଳର ଗୋଲକିପର ଥିଲେ ଏବଂ ଏହି କ୍ଷେତ୍ରରେ ଆଗକୁ ବଢିବାକୁ ଚାହୁଁଥିଲେ। ଧୋନୀ ଷଷ୍ଠ ଶ୍ରେଣୀରେ ପଢୁଥିବାବେଳେ ସ୍କୁଲ କ୍ରିକେଟ ଦଳରେ ହଠାତ୍‌ ଜଣେ ଉଇକେଟ କିପର ଆବଶ୍ୟକ ପଡିଲା। ସେତେବେଳେ କ୍ରିକେଟ ପ୍ରଶିକ୍ଷକ ତାଙ୍କ ଗୋଲକିପିଂ ଦେଖିଲେ, ଧୋନୀଙ୍କ ଉପରେ ସେ ବହୁତ ପ୍ରଭାବିତ ହୋଇଥିଲେ। ସେ ହିଁ ଉଇକେଟ କିପିଂ ଦାୟିତ୍ୱ ତୁଲାଇ ପାରିବେ ଭାବି ତାଙ୍କୁ ସେହି ଦାୟିତ୍ୱ ଦେଇଥିଲେ। ଆଗ୍ରହ ନ ଥିଲେ ମଧ୍ୟ ଧୋନୀ କିପିଂ ଶିଖି ମ୍ୟାଚ୍‌ ଖେଲି ସଫଳ ମଧ୍ୟ ହୋଇଥିଲେ। ସେବେଠେୁ ଆରମ୍ଭ ହୋଇଥିଲା ଧୋନୀଙ୍କ କ୍ରିକେଟ ଜୀବନ। ପ୍ରଥମେ ଧୋନୀ ମେକନ କ୍ଲବ ଏବଂ ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡର ସ୍ଥାନୀୟ ଦଳରେ ଯୋଗ ଦେଇଥିଲେ। ଏଠାରେ ସେ ବେତନ ଭାବରେ ୬୨୫ ଟଙ୍କା ପାଇଲେ। ଏହା ତାଙ୍କର ପ୍ରଥମ ରୋଜଗାର ଥିଲା। ଏହା ପରେ ଧୋନୀ ସେଣ୍ଟ୍ରାଲ କୋଲଫିଲ୍ଡସ ଲିମିଟେଡ କ୍ଲବରେ ଯୋଗ ଦେଇଥିଲେ। ଏଠାରେ ତାଙ୍କର ରୋଜଗାର ୨୦୦୦ ଟଙ୍କାକୁ ବୃଦ୍ଧି ପାଇଲା। କେବଳ ଏତିକି ନୁହେଁ, ଧୋନୀ ଏଠାରେ ୨୦୦ ଟଙ୍କାର ବୋନସ ମଧ୍ୟ ପାଉଥିଲେ। କାରଣ ସେ ଜଣେ ମ୍ୟାଚ ବିଜେତା ଖେଳାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri