Posted inଜାତୀୟ

ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ଦିଲ୍ଲୀ ପହଞ୍ଚିଲେ ଇଟାଲୀ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀ ପାଇଁ ଭାରତ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ହୋଇଯାଇଛି। ଏହି ସମ୍ମିଳନୀ ଦିଲ୍ଲୀରେ ୯ ଓ ୧୦ ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀ ପାଇଁ ଅନେକ ଦେଶର ମୁଖ୍ୟମାନେ ଭାରତ ଆସୁଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଭାରତରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଗସ୍ତ କରିଛନ୍ତି।
ସମସ୍ତ ଅତିଥିଙ୍କୁ ସ୍ବାଗତ କରିବା ପାଇଁ ଦେଶ ବ୍ୟସ୍ତ ଅଛି । ଏହି ସମ୍ମିଳନୀରେ ଯୋଗଦେବା ପାଇଁ ଅତିଥିମାନେ ଶୁକ୍ରବାରଠାରୁ ଭାରତରେ ପହଞ୍ଚିବା ଆରମ୍ଭ କରିବେ। ଯେଉଁ ହୋଟେଲରେ ସମ୍ମିଳନୀ ସମୟରେ ଅତିଥିମାନେ ରହିବେ ସେହି ହୋଟେଲଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି।
ଏହି ସମ୍ମିଳନୀ ନୂତନ ଆନ୍ତର୍ଜାତୀୟ ପ୍ରଦର୍ଶନୀ-କମ-ସମ୍ମିଳନୀ କେନ୍ଦ୍ରରେ ଅନୁଷ୍ଠିତ ହେବ, ଯାହା ଭାରତ ମଣ୍ଡପମ ନାମରେ ମଧ୍ୟ ଜଣାଶୁଣା।
ଜି -୨୦ଶିଖର ସମ୍ମିଳନୀରେ ଯୋଗଦେବାକୁ ଆସିଥିବା ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କୁ ସ୍ବାଗତ କରିବା ପାଇଁ ଦିଲ୍ଲୀ ବିମାନବନ୍ଦରରେ ଏକ ସାଂସ୍କୃତିକ ନୃତ୍ୟ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri