ମର୍ମନ୍ତୁଦ ଦୁର୍ଘଟଣା: ବ୍ରିଜ୍‌ରୁ ଖସିଲା ବସ୍‌, ୨୧ ମୃତ

ରୋମ,୪।୧୦: ଇଟାଲୀର ଭେନିସରେ ମଙ୍ଗଳବାର ଏକ ବ୍ରିଜ୍‌ରୁ ଏକ ବସ୍‌ ଖସି ପଡିଛି। ବ୍ରିଜ୍‌ରୁ ଖସିଯିବା ପରେ ବସ୍‌ରେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ଦୁଇ ଶିଶୁ ଏବଂ ବିଦେଶୀ ସମେତ ମୋଟ ୨୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ ଜଣ ଆହତ ହୋଇଛନ୍ତି। ସିଟି ମେୟର ଲୁଇଗି ବ୍ରୁଗନାରୋ ଫେସବୁକରେ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।

ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭.୩୦ ବେଳେ ଯାତ୍ରୀବାହୀ ବସ୍‌ କ୍ୟାମ୍ପିଂ ଗ୍ରାଉଣ୍ଡ ଆଡକୁ ଯିବା ସମୟରେ ଓଭରବ୍ରିଜ୍‌ରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ତେବେ ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ, ଦୁର୍ଘଟଣା ପୂର୍ବରୁ ୪୦ ବର୍ଷ ବୟସ୍କ ବସ୍‌ ଡ୍ରାଇଭର ଅସୁସ୍ଥ ଥିଲେ।

ଭେନିସ ଅଞ୍ଚଳର ଗଭର୍ନର ଲୁକା ଜାୟା କହିଛନ୍ତି ଯେ, ମୃତ୍ୟୁ ସଂଖ୍ୟା ୨୧ ଏବଂ ୨୦ ରୁ ଅଧିକ ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତଦେହ ଚିହ୍ନଟ ପାଇଁ ଉଦ୍ୟମ ଜାରି ରହିଛି। ପୀଡିତ ଏବଂ ଆହତଙ୍କ ମଧ୍ୟରେ କେବଳ ଇଟାଲୀର ଲୋକ ନୁହଁନ୍ତି, ଅନ୍ୟାନ୍ୟ ଦେଶର ଲୋକ ମଧ୍ୟ ଅଛନ୍ତି। ଅନ୍ୟପଟେ, ଏହି ଦୁର୍ଘଟଣାକୁ ନେଇ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri