ୟୁରୋପରେ ଇସଲାମ ପାଇଁ କୌଣସି ଜାଗା ନାହିଁ: ଜର୍ଜିଆ ମେଲୋନୀ

ନୂଆଦିଲ୍ଲୀ, ୧୭।୧୨: ୟୁରୋପରେ ଇସଲାମ ପାଇଁ କୌଣସି ଜାଗା ନଥିବା କହିଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି। ଇସଲାମିକ ସଂସ୍କୃତିର ମୂଲ୍ୟବୋଧ ଏବଂ ଅଧିକାର ଏବଂ ଆମର ସଭ୍ୟତାର କୌଣସି ସମାନତା ନାହିଁ ଏବଂ ଯାହା ଆମ ପାଇଁ ଏକ ବଡ ସମସ୍ୟା ପାଲଟିଥିବା ସେ କହିଛନ୍ତି।

ସେ ଏହା ମଧ୍ୟ କହିଛନ୍ତି, “ସାଉଦି ଆରବ ଇଟାଲୀରେ ଇସଲାମିକ ସାଂସ୍କୃତିକ କେନ୍ଦ୍ରଗୁଡିକୁ ପାଣ୍ଠି ଯୋଗାଏ, ଯେଉଁଠାରେ ଶାରିଆ କାର୍ଯ୍ୟକାରୀ ହୁଏ। ଆମ ସଭ୍ୟତାର ମୂଲ୍ୟଠାରୁ ବହୁ ଦୂରରେ ୟୁରୋପରେ ଇସଲାମାଇଜେସନ୍ ପ୍ରକ୍ରିୟା ଚାଲିଛି।” ରୋମରେ ମେଲୋନୀଙ୍କ ଦକ୍ଷିଣପନ୍ଥୀ ପାର୍ଟି – ବ୍ରଦର୍ସ ଅଫ୍ ଇଟାଲୀ ଦ୍ୱାରା ଆୟୋଜିତ ଏକ ଉତ୍ସବର ସେ ଏହି ମନ୍ତବ୍ୟ ଦେଇଛନ୍ତି।

ମିଡିଆ ରିପୋର୍ଟ ଅନୁଯାୟୀ ଋଷି ସୁନକ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ସମୟରେ ସୁନକ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ସେ ଶରଣାର୍ଥୀ ବ୍ୟବସ୍ଥାରେ ବିଶ୍ୱ ସଂସ୍କାର ଉପରେ ଜୋର ଦେବେ। ଏଥିସହ ଶରଣାର୍ଥୀଙ୍କ ସଂଖ୍ୟା ବୃଦ୍ଧି ହେବାର ଆଶଙ୍କା ୟୁରୋପର କିଛି ଅଂଶ ଉପରେ ପ୍ରଭାବ ପକାଇପାରେ ବୋଲି ସେ ଚେତାବନୀ ଦେଇଛନ୍ତି।

ସେ କହିଛନ୍ତି ଯେ କିଛି ଶତ୍ରୁ ଜାଣିଶୁଣି ଆମ ସମାଜକୁ ଅସ୍ଥିର କରିବାକୁ ଚେଷ୍ଟା କରୁଛନ୍ତି ଏବଂ ଏହି ଲୋକଙ୍କୁ ଆମ ଉପକୂଳକୁ ଅଣାଯାଉଛି। ଯଦି ଆମେ ଏହି ସମସ୍ୟାର ମୁକାବିଲା କରୁନାହୁଁ, ତେବେ ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବ। ଏହା ଆମ ଲୋକଙ୍କୁ ସାହାଯ୍ୟ କରିବାର ସାମର୍ଥ୍ୟ ଉପରେ ପ୍ରଭାବ ପକାଇବ। ସେ ଏହା ମଧ୍ୟ କହିଛନ୍ତି ଯେ ଯଦି ଏହା ଆମ ଆଇନକୁ ଅପଡେଟ୍ କରିବା ଆବଶ୍ୟକ କରେ, ତେବେ ଆମେ ସେଗୁଡିକୁ ଅପଡେଟ୍ କରିବା ଉଚିତ୍।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri