Posted inଜାତୀୟ

ନୀତୀଶ କୁମାରଙ୍କ ତୁଳନା ମୋଦିଙ୍କ ସହ କଲେ ଜିତନ ରାମ

ପାଟନା,୬ ।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହମ୍‌ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜିତନ ରାମ ମାଂଝି ଟୁଇଟ କରି ବିରୋଧୀ ଦଳ ନେତା ତେଜସ୍ୱୀ ଯାଦବଙ୍କୁ ଟାର୍ଗେଟ କରିଛନ୍ତି । ନିକଟରେ ସେ କରିଥିବା ଟୁଇଟରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କରିଛନ୍ତି । ସେ ତେଜସ୍ୱୀ ଯାଦବଙ୍କ ନାଁ ନେଇ ବିରୋଧୀ ଦଳର ତୁଳନା କଂଗ୍ରେସର ପୂର୍ବନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହ କରିଛନ୍ତି । ସେ କହିଛନ୍ତି ଯେଉଁଭଳି ଭାବେ ପ୍ରଧାନମନ୍ତ୍ରୀଙ୍କ ବିରୋଧ କରୁ କରୁ ବିରୋଧୀ ଦେଶର ବିରୋଧ କରି ଦେଇଛନ୍ତି ଠିକ୍ ସେହିପରି ଭାବେ ବିରୋଧୀ ନୀତୀଶ କୁମାରଙ୍କ ବିରୋଧ କରୁ କରୁ ବିହାର ଓ ବିହାରବାସୀଙ୍କ ବିରୋଧ କରିବା ଆରମ୍ଭ କଲେଣି । ସୂଚନାଯୋଗ୍ୟ, ଶୁକ୍ରବାର ତେଜସ୍ୱୀ ଯାଦବ ନୀତୀଶ କୁମାରଙ୍କୁ ଟାର୍ଗେଟ କରି ଟୁଇଟ୍ କରିଥିଲେ କି ଗୁରୁ ଗୋବିନ୍ଦ ସିଂ, ଭଗବାନ ମହାବୀର, ମାତା ସୀତାଙ୍କ ଜନ୍ମଭୂମୀ ଏବଂ ବୁଦ୍ଧ ଓ ଗାନ୍ଧୀଙ୍କ କର୍ମଭୂମୀ ତଥା ବିଶ୍ୱର ସର୍ବପ୍ରଥମ ଗଣତନ୍ତ୍ରର ଜ୍ଞାନ କେବଳ ବିହାରରୁ ମିଳିପାରିବ । ହେଲେ ଏବେ ଏହା ନକରାତ୍ମକ ଚିନ୍ତାଧାରା ପାଇଁ ଚର୍ଚ୍ଚାକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri