Posted inଜାତୀୟ

ଲଦାଖରେ ପ୍ରଥମଥର ଲାଗି ନିୟୋଜିତ ହେଲେ ମହିଳା ଡାକ୍ତର

ନୂଆଦିଲ୍ଲୀ,୮।୯; ଲାଇନ ଅଫ୍‌ ଆକଚ୍ୟୁଆଲ କଣ୍ଟ୍ରୋଲ(ଏଲ୍‌ଏସି)ରେ ଚାଇନା ସହ ଲାଗି ରହିଥିବା ବିବାଦ ମଧ୍ୟରେ ଇଣ୍ଡୋ ତିବ୍ବତ ବର୍ଡର ପୋଲିସ(Indo-Tibet Border Police) ପ୍ରଥମଥର ଲାଗି ମହିଳା ଡାକ୍ତରଙ୍କୁ ଲଦାଖର ଫରଓ୍ବାର୍ଡ ପୋଷ୍ଟରେ ନିୟୋଜିତ କରିଛି। ଲେହରୁ ସେନା ପଠାଇବାଠାରୁ ଆରମ୍ଭ କରି ଆଗକୁ ଏମାନଙ୍କର ଦେଖାରଖା ପାଇଁ ଆଇଟିବିପିର ମହିଳା ଡାକ୍ତରଙ୍କୁ ସବୁ ପ୍ରକାରର ଦାୟିତ୍ୱ ଦିଆଯାଇଛି। ସୀମାରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିକୁ ଦେଖି ଆଇଟିବିପି ତା’ର ସାଧାରଣ ସଞ୍ଚାଳନ ପ୍ରକ୍ରିୟାରେ ପରିବର୍ତ୍ତନ କରିଛି। ପ୍ରଥମେ ଏଭଳି ସ୍ଥାନରେ କୌଣସି ମହିଳାଙ୍କୁ ଅବସ୍ଥାପିତ କରିବାକୁ ଅନୁମତି ନ ଥିଲା। ତେବେ ଆଇଟିବିପି ଲିଙ୍ଗଗତ ତାରତମ୍ୟକୁ ପଛକୁ ପକାଇ କିଛି ସପ୍ତାହ ପୂର୍ବରୁ ମହିଳା ଡାକ୍ତର ଓ ଅନ୍ୟ କର୍ମଚାରୀଙ୍କୁ ଲଦାଖ ପଠାଇଛି। ପାରା ମେଡିକାଲ କର୍ମଚାରୀଙ୍କ ସହ ମିଶି ଏମାନେ ଯବାନଙ୍କୁ ସୁରକ୍ଷା ପ୍ରଦାନ କରିବେ। ଏହାସହ ଫାର୍ମାସିଷ୍ଟ ଓ ନର୍ସିଂ ସହାୟକଙ୍କୁ ଯେ କୌଣସି ପରିସ୍ଥିତିର ସାମ୍ନା କରିବାକୁ ବହୁ ପରିମାଣରେ ନିୟୋଜିତ କରାଯାଇଛି। ସୂଚନାଯୋଗ୍ୟ, ଲେହରେ ସାରା ଦେଶରୁ ବହୁ ପରିମାଣର ସେନା ପହଞ୍ଚିଥାଆନ୍ତି। ସେମାନଙ୍କ ମେଡିକାଲ ଯାଞ୍ଚ ସହ ଫିଟନେସ୍‌ ପ୍ରମାଣ ପତ୍ର ଆବଶ୍ୟକ ହୋଇଥାଏ। ଏଠାରେ ଦାୟିତ୍ୱରେ ଥିବା ଡାକ୍ତରଙ୍କ ଦାୟିତ୍ୱ ହେଉଛି କେବଳ ଫିଟ୍‌ ଯବାନଙ୍କୁ ପରଓକ୍ୱାର୍ଡ ପୋଷ୍ଟକୁ ପଠାଇବା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri