Posted inଜାତୀୟ

ହନିଟ୍ରାପ୍‌ ଜାଲରେ ଆଇଟିବିପିର ଅବସରପ୍ରାପ୍ତ ଅଧିକାରୀ: ଲୁଟି ନେଲେ ୧କୋଟି ୮୦ଲକ୍ଷ

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ପୋଲିସ ପୁଣି ଆଉ ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ୍‌ ପରିଛି। ଯେଉଁମାନେ ହନିଟ୍ରାପ୍‌ରେ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରୁଥିଲେ। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଏହି ୩ଜଣ ଆପତ୍ତିଜନକ ଭିଡିଓ ଆଳରେ ନିଜକୁ ଦିଲ୍ଲୀ ପୋଲିସ ଅଧିକାରୀ ବୋଲି ଦର୍ଶାଇ ଲୋକମାନଙ୍କଠାରୁ ଟଙ୍କା ଲୁଟ୍‌ କରୁଥିଲେ। ବର୍ତ୍ତମାନ ତାଙ୍କୁ ନେଇଥିଲେ ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ଗିରଫ କରିଛି। ଏହି ଗ୍ୟାଙ୍ଗ ବିଷୟରେ ଦିଲ୍ଲୀ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ସେମାନଙ୍କୁ ଧରିବା ପାଇଁ ଏକ ଟିମ୍‌ ଗଠନ କରାଯାଇଥିଲା ଏବଂ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଅଭିଯୁକ୍ତମାନେ ଆଇଟିବିପିରୁ ଅବସରପ୍ରାପ୍ତ କମାଣ୍ଡାଣ୍ଟଙ୍କୁ ବ୍ଲାକମେଲ କରି ୧ କୋଟି ୮୦ ଲକ୍ଷ ଟଙ୍କା ଲୁଟି ନେଇଥିଲେ। ସୋସିଆଲ ମିଡିଆରେ ତାଙ୍କର ଆପତ୍ତିଜନକ ଭିଡିଓ ଶେୟାର କରିବାକୁ କହି ଧମକ ଦେବା ସହ ବ୍ଲାକମେଲ କରୁଥିଲେ ଏହି ଗ୍ୟାଙ୍ଗ। ପୋଲିସର ସୂଚନାନୁସାରେ, ଅବସରପ୍ରାପ୍ତ ଅଧିକାରୀ ଜଣକ ହ୍ବାଟ୍ସ ଆପ୍‌ରେ ଗ୍ୟାଙ୍ଗର ଜଣେ ମହିଳା ସଦସ୍ୟଙ୍କ ସହ ବନ୍ଧୁତା କରିଥିଲେ। ଏହି ସମୟରେ ମହିଳା ଜଣକ ପୀଡିତାଙ୍କ ଏକ ଆପତ୍ତିଜନକ ଭିଡିଓ ପ୍ରସ୍ତୁତ କରିଥିଲେ। ଏହାପରେ ଭିଡିଓ ନାମରେ ଗ୍ୟାଙ୍ଗର ଅନ୍ୟ ସଦସ୍ୟମାନେ କ୍ରାଇମ ବ୍ରାଞ୍ଚ ଅଧିକାରୀ ଭାବରେ ପରିଚିତ ହୋଇ ବ୍ଲାକମେଲ କରିବା ଆରମ୍ଭ କରିଥିଲେ। ପରେ ନକଲି ଅପରାଧ ଶାଖାର ସଦସ୍ୟମାନେ ମହିଳାଙ୍କ ଆତ୍ମହତ୍ୟା ବିଷୟରେ ଭୁଲ ତଥ୍ୟ ଦେଇ ଅବସରପ୍ରାପ୍ତ ଅଧିକାରୀଙ୍କୁ ଭୟଭୀତ କରିଥିଲେ। କିଛି ଦିନ ପରେ ଉକ୍ତ ମାମଲାକୁ ରଫାଦଫା କରିବା ନାମରେ ସେମାନେ କ୍ରମାଗତ ଭାବେ ତାଙ୍କଠାରୁ ଟଙ୍କା ଲୁଟି ନେଇଥିଲେ। ଏହିପରି ୨୦ଟି ଆକାଉଣ୍ଟ ବିଷୟରେ ପୋଲିସ ସୂଚନା ପାଇଛି ଯେଉଁଥିରେ ସେମାନେ ଚୋରି ପାଇଁ ଟଙ୍କା ଜମା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri