ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି ବହୁତଳ ବିଲ୍ଡିଂ ସହ ୧୪ଟି ଦାମୀ ପ୍ଲଟ୍‌ ରହିଛି। ଏହି କୁବେର ଯନ୍ତ୍ରୀ ଜଣକ ଟଙ୍କା ଗଦିରେ ଶୋଉଥିଲେ। ତାଙ୍କ ଘରୁ ନଗଦ ୨ କୋଟି ଟଙ୍କା ସହ ୫୦୦ ଗ୍ରାମ ସୁନା ଜବତ କରିଛି ଭିଜିଲାନ୍ସ।

ସୂଚନାଯୋଗ୍ୟ, ଶନିବାର ସକାଳୁ  ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଥିଲା। ଭୁବନେଶ୍ବରରେ ୪ଟି ସ୍ଥାନ ସମେତ ବାରିପଦା, ଯାଜପୁରର ଧର୍ମଶାଳା ଏବଂ ବାଲିଗୁଡା ସରକାରୀ ବାସ ଭବନରେ ମଧ୍ୟ ରେଡ କରାଯାଇଥିଲା। ଭୁବନେଶ୍ୱର ନୀଳାଦ୍ରି ବିହାରରେ ଚାରି ମହଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ତିନି ମହଲା ଘର, ପଟିଆ କାନନ ବିହାର ଫେଜ୍ -୧ରେ ଦୁଇ ମହଲା ଘର, ଏବଂ ଚନ୍ଦ୍ରଶେଖରପୁରରେ ଦୁଇ ମହଲା ବିଶିଷ୍ଟ ଘର ଠାବ କରାଯାଇଥିଲା। ଯାଜପୁର ଜିଲା ଧର୍ମଶାଳା କଲେଜ ନିକଟ ପାଣ୍ଡୁଆ ଗ୍ରାମରେ ପୈତୃକ ଜମି ଉପରେ ନିର୍ମିତ ଦୁଇ ମହଲା ଘର ଠାବ କରିଥିଲା ଭିଜିଲାନ୍ସ। ବାରିପଦା ସହରର ଦେଉଳ ସାହି, ୱାର୍ଡ ନଂ-୯ରେ ଥିବା ଜଣେ ସମ୍ପର୍କୀୟଙ୍କ ଘର, ଧର୍ମଶାଳାର ପାଣ୍ଡୁଆ ଗ୍ରାମରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର, ବାଲିଗୁଡାସ୍ଥିତ ସ୍ୱତନ୍ତ୍ର ଅଧିକାରୀ, ଆଇଟିଡିଏ କାର୍ଯ୍ୟାଳୟରେ ଥିବା ବେହେରାଙ୍କ କାର୍ଯ୍ୟାଳୟ, ଆଇଟିଡିଏ କାର୍ଯ୍ୟାଳୟ ନିକଟ ବାଲିଗୁଡାରେ ଥିବା ତାଙ୍କ ସରକାରୀ ବାସଭବନରେ ରେଡ୍ କରିଥିଲା।

ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ, ଭୁବନେଶ୍ୱରଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସର ଏକ ବହୁସ୍ତରୀୟ ଟିମ୍ ତାଙ୍କ ସମ୍ପର୍କିତ ବିଭିନ୍ନ ସ୍ଥାନରେ ଏକାସଙ୍ଗରେ ଚଢ଼ାଉ କରିଥିଲା। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଥିଲେ। ଚଢ଼ାଉ ସମୟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ବ୍ୟାଙ୍କ ଜମା, ନିବେଶ ଏବଂ ଅନ୍ୟାନ୍ୟ ଆର୍ଥିକ ଦଲିଲର ଯାଞ୍ଚ କରାଯାଇଥିଲା। ସ୍ତ୍ରୀଙ୍କ ନାଁରେ ଥିବା ଆଉ ଏକ ଲକରକୁ ଏପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ଖୋଲିନାହିଁ। ଏହା ଖୋଲାଗଲେ ଜଣାପଡ଼ିବ ଯନ୍ତ୍ରୀବାବୁଙ୍କ ପାଖରେ ଆଉ କେତେ ଟଙ୍କାର ସମ୍ପତ୍ତି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri