ଉଦ୍‌ଘାଟନ ହେଲା, କାମରେ ଲାଗୁନି

ବାଲେଶ୍ୱର ଅଫିସ, ୨୧।୩(ମାନସ ବିଶ୍ୱାଳ): ରାଜ୍ୟ ସରକାର ଅନୁସୂଚିତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆବର୍ଗ ଛାତ୍ରୀଛାତ୍ରଙ୍କ ନିମନ୍ତେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡ଼ିଏ) ନୀଳଗିରି ପକ୍ଷରୁ ବାଲେଶ୍ୱର ସହର ଏଡିଏମ୍‌ ଛକ ନିକଟସ୍ଥ ରାଜା ବଗିଚାରେ ୩ଶହ ଶଯ୍ୟା ବିଶିଷ୍ଟ ଦୁଇଟି ହଷ୍ଟେଲ ନିର୍ମାଣ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୦୨୧ ନଭେମ୍ବର ୨୬ ତାରିଖରେ ଉଦ୍‌ଘାଟନ କରିଥିଲେ। ଏଯାବତ୍‌ ଉକ୍ତ ୩ ମହଲା ବିଶିଷ୍ଟ ୨ଟି ନୂତନ କୋଠା ଉଦ୍‌ଘାଟନର ୨୬ମାସ ବିତିଯାଇଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନାହିଁ

ଅବସ୍ଥାରୁ ଉକ୍ତ କୋଠା ଘରକୁ ଯା’ଆସ କରିବାକୁ ଠିକ୍‌ ଭାବେ ରାସ୍ତା ନାହିଁ। ଚାରିପାଖ ସନ୍ତସନ୍ତିଆ ଓ ଅସ୍ବାସ୍ଥ୍ୟକର ପରିବେଶ। ଅଳ୍ପ ବର୍ଷା ହେଲେ ପାଣି ଜମି ରହୁଛି। ଜଳ ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ । ବିଦ୍ୟୁତ୍‌ ସଂଯୋଗୀକରଣ ସମ୍ପୂର୍ଣ୍ଣ ଭାବରେ ଶେଷ ହୋଇପାରିନି। ମୁଖ୍ୟମନ୍ତ୍ରୀ ଏହି ଦୁଇଟି ହଷ୍ଟେଲକୁ ଉଦ୍‌ଘାଟନ କରିଥିଲେ ମଧ୍ୟ ଏଯାବତ୍‌ କାମ ସରୁନାହିଁ। ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ଦେଢ଼ବର୍ଷ ପୂର୍ବରୁ ପ୍ରସ୍ତୁତ ସରିଛି ବୋଲି ଉଦ୍‌ଘାଟନ କରି ବାଃ ବାଃ ନେଉଥିବା ବେଳେ ଉକ୍ତ ଦୁଇ ହଷ୍ଟେଲରେ ପ୍ରକୃତରେ କେତେ କାମ ସରିଛି ସେଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଉନି। ଉଦ୍‌ଘାଟନର ୨୬ ମାସ ପରେ ମଧ୍ୟ ଜିଲା ପ୍ରଶାସନ କେଉଁ ପଦକ୍ଷେପ ନେଇଛି ତାହା ଜଣାପଡିନାହିଁ। ଅସରାଏ ବର୍ଷା ହେଲେ ଉକ୍ତ ୩ ତାଲା କୋଠା ବିଶିଷ୍ଟ ଦୁଇଟି କୋଠା ଘର ପାଣିରେ ବୁଡ଼ିରହୁଛି। ଅସ୍ବାସ୍ଥ୍ୟକର ପରିବେଶରେ ରହିଲେ ପିଲାଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ରହିବ ତାହା ଚିନ୍ତାର ବିଷୟ।
ପିଏ ଆଇଟିଡିଏ ଦାୟିତ୍ୱରେ ଥିବା ନୀଳଗିରି ଉପଜିଲାପାଳ ମନ୍ଦରଧର ମହାଳିକ କହିଛନ୍ତି, ଏହାକୁ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ପାଇଁ ଚେଷ୍ଟା ଜାରି ରହିଛି। କାର୍ଯ୍ୟକ୍ଷମ ହେଲେ ପାରିପାର୍ଶ୍ୱିକ ଅବସ୍ଥା ସୁଧାରଯିବ। ଏଥିପ୍ରତି ଦୃଷ୍ଟି ଦିଆଯାଉଛି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?