ବାୟାପଣ୍ଡାଧାର ଜୁଆଙ୍ଗ ସାହିରେ ପହଞ୍ଚିଲେ ଆଇଟିଡିଏ ଟିମ୍‌

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ତପନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ା ଏନେଇ ଧରିତ୍ରୀରେ ଖବର ପାଇବା ପରେ ଉକ୍ତ ଅଞ୍ଚଳକୁ ଗସ୍ତ କରି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଓ ଅନ୍ୟାନ୍ୟ ସମସ୍ୟା ବୁଝିଥିଲେ। ତାଙ୍କ ସହିତ ଆଇଟିଡିଏର ସହକାରୀ ଯନ୍ତ୍ରୀ, ଜୁଆଙ୍ଗ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀ ଓ ପ୍ରକଳ୍ପ ସଂଯୋଜକ ଯୋଗଦେଇ ଖବରରେ ପ୍ରକାଶିତ ବର୍ଷକ ମଧ୍ୟରେ ୧୨ ଜଣ ଜୁଆଙ୍ଗଙ୍କ ଅକାଳ ମୃତ୍ୟୁର କାରଣ ଏବଂ ଲୋକଙ୍କ ସମସ୍ୟା ବୁଝିଥିଲେ। ସେହିପରି ଉକ୍ତ ଅଞ୍ଚଳରେ କାର୍ଯ୍ୟ କରୁଥିବା ଆରସିଡିସି ସଂଗଠନର ପ୍ରୋଗ୍ରାମ ସଂଯୋଜକ ଆନନ୍ଦ ଚରଣ ସେଠୀ, ବୀରବର ନାୟକ ଉପସ୍ଥିତ ଥିଲେ।
ଆଲୋଚନା ବେଳେ ଜୁଆଙ୍ଗମାନେ ସେମାନଙ୍କ ଘର ସମସ୍ୟା, ରୋଜଗାର ସମସ୍ୟା ଓ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ଅବସ୍ଥା ଆଦି ସମସ୍ୟା ଜଣାଇବା ସହ ଅକାଳରେ ମୃତ୍ୟୁ ଲୋକଙ୍କ ବିଷୟରେ ଅବଗତ କରିଲେ। ଉକ୍ତ ଗ୍ରାମରେ ଜୁଆଙ୍ଗମାନେ ଘର ପାଇ ନ ଥିବା ବେଳେ ପାଣି, ରୋଜଗାର ପରି ଅନେକ ସମସ୍ୟାରେ ରହୁଥିବା କହିଥିଲେ ଗ୍ରାମବାସୀ। ଏନେଇ ତପନ କୁମାର ନାୟକ କହିଛନ୍ତି, ଖବର ପ୍ରକାଶ ପରେ ଉକ୍ତ ଗ୍ରାମକୁ ଯାଇ ଲୋକଙ୍କ ସମସ୍ୟା ଦେଖିଛନ୍ତି ଏବଂ ଶୁଣିଛନ୍ତି। ଏନେଇ ସେ ଜିଲାପାଳଙ୍କୁ ରିପୋର୍ଟ କରି ସେମାନଙ୍କ ସମସ୍ୟା ସମାଧାନ କରିବାକୁ ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri