ବାୟାପଣ୍ଡାଧାର ଗାଁରେ ଆଇଟିଡିଏର ଟିମ୍‌

କେନ୍ଦୁଝର, ୪ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ ବର୍ଷକରେ ଅକାଳରେ ୧୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଏକ ଖବର ଧରିତ୍ରୀରେ ପ୍ରକାଶିତ ହୋଇଥିଲା। ଏହା ଜାଣିବା ପରେ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ତପନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଉକ୍ତ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି। ଉକ୍ତ ଅଞ୍ଚଳକୁ ଗସ୍ତ କରି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଓ ଅନ୍ୟାନ୍ୟ ସମସ୍ୟା ବୁଝିଛନ୍ତି। ତାଙ୍କ ସହିତ ଆଇଟିଡିଏର ସହକାରୀ ଯନ୍ତ୍ରୀ, ଜୁଆଙ୍ଗ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀ ଓ ପ୍ରକଳ୍ପ ସଂଯୋଜକ ଯୋଗଦେଇଥିଲେ ା ସେହିପରି ଉକ୍ତ ଅଞ୍ଚଳରେ କାର୍ଯ୍ୟକରୁଥିବା ଆରସିଡିସି ସଂଗଠନର ପ୍ରୋଗ୍ରାମ ସଂଯୋଜକ ଆନନ୍ଦ ଚରଣ ସେଠୀ, ବୀରବର ନାୟକ ଉପସ୍ଥିତ ଥିଲେ।

ଆଲୋଚନା ବେଳେ ଜୁଆଙ୍ଗ ମାନେ ସେମାନଙ୍କ ଘର ସମସ୍ୟା, ରୋଜଗାର ସମସ୍ୟା ଓ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟାବସ୍ଥା ଆଦି ସମସ୍ୟା ଜଣାଇବା ସହ ଅକାଳରେ ମୃତ୍ୟୁବରଣ କରୁଥିବା ଲୋକଙ୍କ ବିଷୟରେ ଅବଗତ କରିଥିଲେ। ଉକ୍ତ ଗ୍ରାମରେ ଜୁଆଙ୍ଗ ମାନେ ଘର ପାଇ ନ ଥିବା ବେଳେ ପାଣି ସମସ୍ୟା ମଧ୍ୟରେ ରହୁଥିବା ଜଣାଇଥିଲେ। ଏସମ୍ପର୍କରେ ପିଏ ଆଇଟିଡିଏ ନାୟକ କହିଛନ୍ତି, ଖବର ବାହାରିବା ପରେ ଉକ୍ତ ଗ୍ରାମକୁ ଯାଇ ଲୋକଙ୍କ ସମସ୍ୟା ବୁଝାଯାଇଛି। ଏନେଇ ସେ ଜିଲାପାଳଙ୍କୁ ରିପୋର୍ଟ କରି ସେମାନଙ୍କ ସମସ୍ୟା ସମାଧାନ କରିବାକୁ ପଦକ୍ଷେପ ନେବେ। ସେହିପରି ସ୍ବାସ୍ଥ୍ୟ ସମସ୍ୟା ସମାଧାନ ପାଇଁ ମଧ୍ୟ ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri