ଘର ସିଡି ପାହାଚରୁ ଖସିପଡ଼ିଲେ, ଚାଲିଗଲା ଆଇଟିଆଇ ଛାତ୍ରଙ୍କ ଜୀବନ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିର ଆଦିତ୍ୟ ମହାରଣା (୧୭) ଘର ଛାତ ସିଡ଼ି ପାହାଚରୁ ଖସି ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ଆଦିତ୍ୟ ଏକ ଘରୋଇ ଶିଳ୍ପାନୁଷ୍ଠାନ (ଆଇ.ଟି.ଆଇ) ରେ ପଢୁଥିଲେ ।ମଙ୍ଗଳବାର ଦିଗପହଣ୍ଡି ପୋଲିସ ଥାନା ଅପମୃତ୍ୟୁ ମାମଲା ନଂ.୨୫/୨୬ ଅନୁଯାୟୀ ବଡ଼ ଡାକ୍ତରଖାନା ରୁ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ମୃତଦେହ ଗାଁ ରେ ପହଞ୍ଚିବା ପରେ ଶୋକାକୂଳ ପରିବେଶ ମଧ୍ୟରେ ତାଙ୍କ ଶେଷକୃତ୍ୟ କରାଯାଇଛି।
Dharitri – Odisha’s No.1 Odia Daily

Share