କଟକ,୨୦ା୨ (କାର୍ତ୍ତିକ ସାହୁ):କଟକ ଜିଲା ମଧୁପାଟଣା ଥାନା ଅଧୀନ ନୟାଚୌକ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ଛାତ୍ରଙ୍କ ମୃତଦେହକୁ ସୋମବାର ଅପରାହ୍ନରେ ପୋଲିସ ଜବତ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା କୋରୁଆ ଗ୍ରାମର ଅମରେନ୍ଦ୍ର ମୁଦୁଲିଙ୍କ ପୁତ୍ର ସନ୍ଦୀପ ମୁଦୁଲି(୧୮)। ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଏସ୍ସିବି ମେଡିକାଲକୁ ପଠାଇଛି। ମୃତକଙ୍କ ଭାଇଙ୍କ ଏତଲାକ୍ରମେ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୭/୨୪) ରୁଜୁ ହୋଇଛି।
ସୂଚନା ଅନୁସାରେ, ସନ୍ଦୀପ କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ପଢୁଥିବାବେଳେ ନୟାଚୌକ ଅଞ୍ଚଳର ଏକ ଭଡ଼ାଘରେ ରହୁଥିଲେ। ତାଙ୍କ ସହ ଜଣେ ସାଙ୍ଗ ମଧ୍ୟ ରହୁଥିଲେ। ସାଙ୍ଗ ଜଣଙ୍କ ସକାଳୁ ନିତ୍ୟକର୍ମ ସାରିବା ପରେ ବାହାରକୁ ଚାଲିଯାଇଥିଲେ। ଅପରାହ୍ନ ପ୍ରାୟ ୨ଟାରେ ଉକ୍ତ ଭଡ଼ାଘରକୁ ଫେରିବା ପରେ କବାଟ ଭିତର ପଟୁ ବନ୍ଦ ଥିବା ଦେଖିଥିଲେ। ତୁରନ୍ତ କବାଟ ବାଡ଼େଇବା ସହ ସନ୍ଦୀପଙ୍କ ମୋବାଇଲକୁ ଫୋନ୍ କରିଥିଲେ। ହେଲେ ସନ୍ଦୀପ ଫୋନ୍ ଉଠାଇ ନ ଥିଲେ। ଏଥିରେ ସେ ବ୍ୟତିବ୍ୟସ୍ତ ହୋଇ ଝରକା ବାଟେ ଭିତରକୁ ଚାହିଁ ଦେଖିବାରୁ ସନ୍ଦୀପଙ୍କ ମୃତଦେହ ଫ୍ୟାନ୍ରେ ଝୁଲୁଥିବା ଦେଖିଥିଲେ। ସେ ଏନେଇ ସନ୍ଦୀପଙ୍କ ଘର ଲୋକଙ୍କୁ ଜଣାଇଥିଲେ। ମୃତକଙ୍କ ପରିବାର ଲୋକେ ଆସି ପହଞ୍ଚତ୍ବା ପରେ ପୋଲିସକୁ ଜଣାଇଥିଲେ। ପରେ ପୋଲିସ ଉପସ୍ଥିତିରେ ଘରର କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ କାରଣ ଜଣାପଡିବ ବୋଲି ଥାନାଧିକାରୀ ଚିତ୍ତରଞ୍ଜନ ରାଉତ କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, କଟକ View All
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

