ଆଇଟିଆଇ ସ୍ଥାପନ କରିବ ଦେଶର ସର୍ବବୃହତ୍‌ ଟାୟାର ଆର୍ଟ ପାର୍କ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଆଇଟିଆଇ ବିଭିନ୍ନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସଫଳତା ପରେ ବର୍ତ୍ତମାନ ଦେଶର ବୃହତ୍ତମ ଟାୟାର ଆର୍ଟ ପାର୍କ ସ୍ଥାପନ କରିବାକୁ ଯାଉଛି। ଏ ନେଇ ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ବୁଧବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ଆଇଟିଆଇ ପକ୍ଷରୁ ନଷ୍ଟରୁ ଶ୍ରେଷ୍ଠ ଉଦ୍ୟମ ମାଧ୍ୟମରେ ଏଭଳି ପ୍ରୟାସ କରାଯାଇଥିବା ଅଧ୍ୟକ୍ଷ କହିଛନ୍ତି। ସହରର ବିଭିନ୍ନ ସ୍ଥାନରେ ହେଉ କିମ୍ବା ଅନ୍ୟ କୌଣସି ସ୍ଥାନରେ ପଡ଼ିଥିବା ଟାୟାରରେ ପାଣି ଜମି ରହି ଡେଙ୍ଗୁ ମଶା ସଂଖ୍ୟା ବୃଦ୍ଧି ଘଟୁଛି। ଏଥିସହ ଟାୟାରରେ ରହିଥିବା ଏକ ରାସାୟନିକ ପଦାର୍ଥରୁ ଡେଙ୍ଗୁ ମଶା ବଂଶ ବିସ୍ତାର ହେବାରେ ସହାୟକ ହେଉଛି। ଏଣୁ ଏହି ବଂଶ ବିସ୍ତାର ସଂଖ୍ୟାକୁ ରୋକିବା ଏବଂ ଡେଙ୍ଗୁ ରୋଗର ସଚେତନତା ନିମନ୍ତେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଅଧ୍ୟକ୍ଷ କହିଛନ୍ତି। ତତ୍‌ସହିତ ଟାୟାର ଜାଳିବା ଦ୍ୱାରା ଏଥିରୁ ଧୂଅଁା ବାହାରି ପରିବେଶକୁ ପ୍ରଦୂଷିତ କରିଥାଏ, ଯାହାକି ସ୍ବାସ୍ଥ୍ୟ ପକ୍ଷେ ହାନିକାରକ। ଏଣୁ ଏହି ଟାୟାରକୁ ବର୍ତ୍ତମାନ ବ୍ୟବହାର କରାଯାଇ ଏକ ନୂତନ ଢାଞ୍ଚାରେ ପ୍ରତିମୂର୍ତ୍ତି ନିର୍ମାଣ କରାଯାଉଥିବା ସେ କହିଛନ୍ତି। ବର୍ତ୍ତମାନ ଆଇଟିଆଇ ପରିସରରେ ୩ରୁ ୪ ହଜାର ଟାୟାର ବ୍ୟବହୃତ କରାଯାଇ ପୃଥିବୀରୁ ବିଲୁପ୍ତ ଜୀବ ଡାଏନୋସର ପ୍ରତିମୂର୍ତ୍ତି ନିର୍ମାଣ କରାଯାଉଛି। ଏହାର ଉଚ୍ଚତା ୩୦ ଫୁଟ ରହିଥିବା ବେଳେ ଓଜନ ୪ ଟନ ରହିଛିି, ଯାହାକୁ ଦେଶର ସର୍ବବୃହତ୍‌ ଟାୟାର ଆର୍ଟ ପାର୍କରେ ସ୍ଥାପନ କରାଯିବ। ଏଥିସହ ଏହି ପାର୍କରେ ଟାୟାରରେ ନିର୍ମିତ କାର, ହାତୀ ଓ ଅନ୍ୟାନ୍ୟ ସାମଗ୍ରୀଗୁଡ଼ିକୁ ମଧ୍ୟ ସ୍ଥାପନ କରାଯିବ। ଏହି ଟାୟାର ଆର୍ଟ ପାର୍କ ସମାଜକୁ ସଚେତନତାର ବାର୍ତ୍ତା ଦେବ ବୋଲି ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri