ଆଇଟିଆର୍‌ ତଥ୍ୟ ଲିକ୍‌: ଅନ୍ତର୍ଜାତୀୟ ଲିଙ୍କ୍‌ ସନ୍ଦେହ: ଆନ୍ଧ୍ର ଗୋଇନ୍ଦା ବିଭାଗ, ବାୟୁସେନା ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୨୮ା୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ତଥ୍ୟ ଲିକ୍‌ ଘଟଣାରେ ଅନ୍ତର୍ଜାତୀୟ ଲିଙ୍କ୍‌ ନେଇ ସନ୍ଦେହ ପ୍ରକାଶ ପାଇବା ପରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଏବେ ସାମିଲ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ଗୋଇନ୍ଦା ବିଭାଗ ଓ ଭାରତୀୟ ବାୟୁସେନାର ଟିମ୍‌। ଗିରଫ ଅଧିକାରୀ ବାବୁରାମ ଦେଙ୍କ ୪ଦିନିଆ ରିମାଣ୍ଡ ୨୮ତାରିଖରେ ଶେଷ ହେଉଥିବାରୁ ତଦନ୍ତକାରୀ ଦଳ ଜେରା ମାଧ୍ୟମରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଉଦ୍ୟମ ଜାରି ରଖିଥିବା ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥ ସୂଚନା ଦେଇଛନ୍ତି। ବାବୁରାମଙ୍କୁ ରିମାଣ୍ଡରେ ଆଣିବା ପରେ ପୋଲିସ ମାରାଥନ ଜେରା କରି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ଅଭିଯୁକ୍ତଙ୍କଠାରୁ ମିଳିଥିବା ତଥ୍ୟକୁ ପୂର୍ବରୁ ଜବତ ହୋଇଥିବା ମୋବାଇଲର ଡାଟା ସହିତ ମେଳ କରାଯାଉଛି। ଏହାସହିତ ଅଭିଯୁକ୍ତଙ୍କ ନିକଟରୁ ଅନ୍ୟ ମୋବାଇଲ ଫୋନ ଓ ଲାପଟପ୍‌ ଭଳି ୬ଟି ଇଲେକ୍ଟ୍ରୋନିକ୍‌ ଉପକରଣ ଜବତ କରାଯାଇଛି। ଏସବୁ ଉପକରଣର ଡାଟା ଆନାଲିସିସ୍‌ ତଥା ଫୋରେନସିକ୍‌ ଯାଞ୍ଚ ପାଇଁ ନୂଆଦିଲ୍ଲୀ ଓ କୋଲକାତାର ଲାବ୍‌କୁ ପଠାଯାଇଥିବା ସେ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କ ଆର୍ଥତ୍କ କାରବାର ସମ୍ପର୍କରେ ଯାଞ୍ଚ ଆରମ୍ଭ ହୋଇଥିବା ବେଳେ ଏନେଇ ବିଭିନ୍ନ ବ୍ୟାଙ୍କ ସହ ଯୋଗାଯୋଗ କରାଯାଇଛି। ଏହାବ୍ୟତୀତ ଅନ୍ୟ ବୈଷୟିକ ତଥ୍ୟ ବାବଦରେ ରିମାଣ୍ଡ ଅବଧି ଶେଷ ହେବା ପୂର୍ବରୁ ଖୋଳତାଡ଼ କରାଯିବ। ଏହାସତ୍ତ୍ୱେ ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କ ରିମାଣ୍ଡ ବଢାଇବାକୁ କୋର୍ଟଙ୍କ ନିକଟରେ ଆବେଦନ କରାଯିବ। ହନିଟ୍ରାପ୍‌ ମାଧ୍ୟମରେ ପାକିସ୍ତାନୀ ଏଜେଣ୍ଟଙ୍କୁ ପ୍ରତିରକ୍ଷା ବିଭାଗର ଗୁପ୍ତତଥ୍ୟ ଲିକ୍‌ ଘଟଣାରେ ଅଭିଯୁକ୍ତଙ୍କ ସହ ଅନ୍ୟ କେଉଁମାନେ ଯୋଗାଯୋଗରେ ଥିଲେ ସେ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ଆନ୍ଧ୍ରର ଗୋଇନ୍ଦା ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ତଥ୍ୟ ଅନୁଯାୟୀ ଏହି ଘଟଣାର ଚେର କେତେ ଯାଏ ଲମ୍ବିଛି, କେଉଁ ଅଞ୍ଚଳରୁ ବ୍ୟକ୍ତିମାନେ ଏହି ଘଟଣାରେ ସମ୍ପୃକ୍ତ ଅଛନ୍ତି, ଦେଶ ମଧ୍ୟରେ ଏହାର ଲିଙ୍କ୍‌ କେଉଁଠି ରହିଛି ଅଥବା ବିଦେଶୀ ଲିଙ୍କ୍‌ରେ କିଏ କିଏ ରହିଛନ୍ତି, ସମସ୍ତ ତଥ୍ୟକୁ ଆଧାରଭୁକ୍ତ କରିବା ପାଇଁ ତଦନ୍ତକାରୀ ଦଳ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଆବଶ୍ୟକ ଅନୁଯାୟୀ ରାଜ୍ୟ ପୋଲିସର କ୍ରାଇମବ୍ରାଞ୍ଚ ଅଥବା ଏନ୍‌ଆଇଏ ଭଳି କେନ୍ଦ୍ରୀୟ ଅନୁସନ୍ଧାନ ବିଭାଗକୁ ମଧ୍ୟ ଏଥିରେ ସାମିଲ ହେବା ପାଇଁ ଚିଠି ଲେଖାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ବାବୁରାମ କେବଳ ଅଶ୍ଳୀଳ ଫଟୋ ଓ ଭିଡିଓ ପାଇଁ ପ୍ରତିରକ୍ଷା ବିଭାଗର ଗୁପ୍ତ ତଥ୍ୟ ପାକିସ୍ତାନୀ ଯୁବତୀଙ୍କୁ ହସ୍ତାନ୍ତର କରିଛନ୍ତି ନା ଏ ବାବଦରେ ଅନ୍ୟ କିଛି ଉଦ୍ଦେଶ୍ୟ ଥିଲା ସେନେଇ ପୋଲିସ ଓ ଅନ୍ୟାନ୍ୟ ଗୋଇନ୍ଦା ସଂସ୍ଥା ତଥ୍ୟ ସଂଗ୍ରହ ପାଇଁ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri