ଆଇଟିଆର୍‌ ଗୁପ୍ତ ତଥ୍ୟ ଲିକ୍‌ ଘଟଣା: ବାଲେଶ୍ୱରରେ ୪ ଜଣିଆ ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ,୧୬ା୯: ବାଲେଶ୍ବର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ଆଇଟିଆର ତଥ୍ୟ ବିଦେଶୀ ତଥା ଶତ୍ରୁ ପାକିସ୍ତାନକୁ ଲିକ୍‌ ଅଭିଯୋଗ ପ୍ରସଙ୍ଗରେ ତଦନ୍ତ ଜୋରଦାର ଜାରି ରହିଛି । ବୁଧବାର ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବା ପରେ ଜାମିନ ନାମଞ୍ଜୁର ହୋଇ ବିଚାର ବିଭାଗୀୟ ଅଦାଲତକୁ ପଠାଇ ଦିଆଯାଇଛି। ଚାନ୍ଦିପୁର ଆଇଟିଆରରୁ ଗୁପ୍ତତଥ୍ୟ ଲିକ୍‌ ପ୍ରସଙ୍ଗ ତଦନ୍ତ ପାଇଁ ବାଲେଶ୍ବରରେ ଏସ୍‌ଆଇଟି ଟିମ୍‌ ପହଞ୍ଚିଛନ୍ତି। ଅନ୍ୟପଟେ ଦେଶର ସୁରକ୍ଷା ସହ ଜଡ଼ିତ ଏହି ସମ୍ବେଦନଶୀଳ ପ୍ରସଙ୍ଗର ଅଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ଦିଆଯାଇଛି। ତଦନ୍ତ ଭାର ପାଇବା ପରେ ଏକ ୪ ଜଣିଆ ତଦନ୍ତକାରୀ ଦଳ ବାଲେଶ୍ବରରେ ବୁଧବାର ମଧ୍ୟ ରାତିରେ ପହଞ୍ଚି ଗୁରୁବାର ପୂର୍ବାହ୍ନରେ ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି। କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ଏସ୍‌ଆଇଟି(ସ୍ବତନ୍ତ୍ର ତଦନ୍ତକାରୀ ଦଳ) ଗଠନ ହୋଇଛି। ଟିମ୍‌ର ନେତୃତ୍ୱ ନେଉଛନ୍ତି ଅତିରିକ୍ତ ଏସ୍‌ପି ପ୍ରଶାନ୍ତ କୁମାର ବିଶୋୟୀ। ତାଙ୍କୁ ତଦନ୍ତରେ ସହଯୋଗ କରିବା ପାଇଁ କ୍ରାଇମବ୍ରାଞ୍ଚ ସାଇବର ସେଲର ଜଣେ ଇନ୍ସିପେକ୍ଟର ଓ ଜଣେ ସବ-ଇନ୍ସିପେକ୍ଟର ଥିବାବେଳେ ଅନ୍ୟଜଣେ ଅଫିସର ମଧ୍ୟ ସାମିଲ ଅଛନ୍ତି। ଅନ୍ୟପକ୍ଷରେ ଚାନ୍ଦିପୁର ଥାନାରେ ରୁଜୁ ହୋଇଥିବା ମାମଲା(କେସ୍‌ ନମ୍ବର ୭୬/୨୦୨୧)କୁ ବାଲେଶ୍ବର ଏସ୍‌ପି ସୁଧାଂଶୁ ଶେଖର ମିଶ୍ର ଆଜି କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଛନ୍ତି। ଏହାବ୍ୟତୀତ ବର୍ତ୍ତମାନ ସୁଦ୍ଧା ତଦନ୍ତରେ ହୋଇଥିବା ଅଗ୍ରଗତି ନେଇ କ୍ରାଇମବ୍ରାଞ୍ଚ ଟିମ୍‌କୁ ଅବଗତ କରାଇବେ । ତେବେ ବିଧିବଦ୍ଧ ଭାବେ ତଦନ୍ତ ଭାର ନେବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ କି ନାହିଁ ତାହା ପରେ ନିଷ୍ପତ୍ତି ନିଆଯିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri