ହ୍ବାଟ୍ସଆପ୍‌ରେ ଆଇଟିଆର୍‌ ଦାଖଲ

ଭୁବନେଶ୍ୱର,୨୧।୭(ଅନୁରାଧା ମହାରଣା): ୨୦୨୩-୨୪ ଆର୍ଥିକ ବର୍ଷ ଏବଂ ମୂଲ୍ୟାଙ୍କନ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟନର୍ର୍(ଆଇଟିଆର୍‌) ଦାଖଲ କରିବାର ସମୟସୀମା ଶେଷହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଯଦି ଟିକସଦାତାମାନେ ଜରିମାନା ଏଡ଼ାଇବା ପାଇଁ ଯଥାଶୀଘ୍ର ରିଟର୍ନ ଦାଖଲ କରିବାକୁ ଚାହୁଁଛନ୍ତି, ତେବେ ହ୍ବାଟ୍ସ୍‌ଆପ୍‌ ମାଧ୍ୟମରେ ଆୟକର ରିଟର୍ନ ଦାଖଲ କରିବା ସହଜ ହେଉଛି। ବିଶେଷକରି ଆଉଟସୋର୍ସିଂ ବା ଅସ୍ଥାୟୀ କର୍ମଚାରୀ ହ୍ବାଟ୍ସଆପ୍‌ ମାଧ୍ୟମରେ ଟିକସ ଦାଖଲ କରିବାକୁ ସହଜ ମଣୁଛନ୍ତି। ହ୍ବାଟ୍ସଆପ୍‌ରେ ଠିକ୍‌ ପୈଠ କରିବାକୁ ସର୍ବପ୍ରଥମେ କ୍ଲିୟର ଟ୍ୟାକ୍ସର ହ୍ବାଟ୍ସ୍‌ଆପ୍‌ ନମ୍ବର ସେଭ୍‌ କରି ‘ହାଏ’ ମେସେଜ୍‌ କରିବାକୁ ପଡ଼ିବ। ପରବର୍ତ୍ତୀ ସମୟରେ ଭାଷା ଚୟନକରି ଆବଶ୍ୟକ ବିବରଣୀ ଯେପରିକି ପ୍ୟାନ୍‌ ନମ୍ବର, ଆଧାର ନମ୍ବର, ବ୍ୟାଙ୍କ ବିବରଣୀ ଆଦି ଦେବାକୁ ପଡ଼ିବ। ଏହାପରେ ଏଆଇ ବଟ୍‌ ସାହାଯ୍ୟରେ ଆଇଟିଆର୍‌ ଫର୍ମ ୧ ରୁ ୪ ପୂରଣକରି ଦେୟ ପ୍ରକ୍ରିୟା ସମାପ୍ତ କରିବାକୁ ହେବ। ଦେୟ ପ୍ରଦାନ ପ୍ରକ୍ରିୟା ସମାପ୍ତହେବା ନେଇ ଉପଭୋକ୍ତାଙ୍କ ନମ୍ବରକୁ ଏକ ମେସେଜ୍‌ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri