ପଶ୍ଚିମବଙ୍ଗରେ ‘ଖେଳ ହେଲା’ କହିଲେ ଏହି ଅଭିନେତ୍ରୀ

କୋଲକାତା,୩।୫: ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତେବେ ଏହିସବୁ ରାଜ୍ୟରେ କିଏ ସରକାର ଗଢ଼ିବେ ସେନେଇ ଲୋକେ ବେଶ୍‌ ଉତ୍ସାହର ସହ ଚାହିଁଛନ୍ତି। ସବୁଠୁ ଚର୍ଚ୍ଚାରେ ଥିଲା ପଶ୍ଚିବମଙ୍ଗ ନିର୍ବାଚନ। କାରଣ ଏଠାରେ ଦୁଇ ପ୍ରମୁଖ ଦଳ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ କଡ଼ା ଟକ୍କର ହୋଇଥିଲା। ବର୍ତ୍ତମାନ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର ଗଢ଼ିବାକୁ ଯାଉଛନ୍ତି। ଟିମ୍‌ଏମ୍‌ସି ୨୧୩ ସିଟ୍‌ରେ ବିଜୟ ଲାଭ କରିଛି। ଏହି ବିଜୟରେ ତୃଣମୂଳ କଂଗ୍ରେସର ନେତା ଏବଂ କର୍ମୀମାନେ ଖୁସି ବ୍ୟକ୍ତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଟିଏମ୍‌ସି ଏମ୍‌ପି ତଥା ବଙ୍ଗଳା ଅଭିନେତ୍ରୀ ନୁସରତ ଜହାଁ ଟୁଇଟ୍‌ କରି ମମତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଏଥିରେ କ୍ୟାପଶନ ଲେଖିଛନ୍ତି, ଜିତିଗଲେ, ଖେଳ ହେଲା। ତାଙ୍କର ଏହି ଟୁଇଟ୍‌ ଏବେ ଖୁବ୍‌ ଭାଇରାଲ ହେଉଛି।

ନୁସରତ ୨ ତାରିଖରେ ଏହି ଟୁଇଟ୍‌ କରିଥିବା ବେଳେ ୩ ତାରିଖ ମଧ୍ୟାହ୍ନ ସୁଦ୍ଧା ଏହା ଦ୍ରୁତ ବେଗରେ ଭାଇରାଲ ହେଉଛି। ଏହି ଟୁଇଟ୍‌କୁ ବର୍ତ୍ତମାନ ସୁଦ୍ଧା ୧୧୦୦୦ରୁ ଅଧିକ ଲୋକ ଦେଖିସାରିଥିବା ବେଳେ ୨୯୧ ଜଣ ରିଟୁଇଟ୍‌ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ମମତା ବାନାର୍ଜୀଙ୍କୁ ଶୁଭେଚ୍ଛା। ଆଉ ଜଣେ ୟୁଜର ଲେଖିଛନ୍ତି, ଜୟ ବଙ୍ଗଳା, ଖେଳ ହେବ। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ମହାନ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri