ପ୍ରହସନ ପାଲଟିଛି ପଲିଥିନ କଟକଣା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଆସନ୍ତା ଜୁଲାଇ ୧ରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯିବ। ରାଜ୍ୟରେ ଏହାକୁ ଲାଗୁ କରିବା ନେଇ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ ଇତ୍ୟାଦି ଉପରେ ସମ୍ପୂର୍ଣ୍ଣ କଟକଣା ରହିବ। ପ୍ଲାଷ୍ଟିକ ଚାମଚ, କପ୍‌, ପ୍ଲେଟ୍‌, ଗ୍ଲାସ୍‌, ଥାଳିଆ, ପାଣି ପାଉଚ, ପ୍ଲାଷ୍ଟିକ ପତାକା, ଛୁରି, ଷ୍ଟ୍ର, ନିମନ୍ତ୍ରଣ ପତ୍ର, ୧୦୦ ମାଇକ୍ରନରୁ କମ୍‌ ମୋଟେଇ ପିଭିସି ବ୍ୟାନର, ମିଠା ପ୍ୟାକେଟ ଆଦି ସାମଗ୍ରୀକୁ ନିଷେଧ କରାଯିବ। ସେହିପରି ପୂଜାସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ବିବାହ ପାର୍ଟି, ଅଫିସ, ଆଉଟଡୋର କ୍ୟାଟରିଂ ଆଦିରେ ମଧ୍ୟ ସେଭଳି ସାମଗ୍ରୀ ବ୍ୟବହାର ଉପରେ ସମ୍ପୂର୍ଣ୍ଣ କଟକଣା ରହିବ। ଏ ନେଇ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏହି ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ଲାଷ୍ଟିକ ବଦଳରେ ପରିବେଶକୁ ଖାପ ଖୁଆଇବା ଏବଂ ନଷ୍ଟ ହୋଇପାରୁଥିବା ସାମଗ୍ରୀ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ସିପିସିବି ପକ୍ଷରୁ ଅନୁରୋଧ କରାଯାଇଛି।
ନିଷେଧ ହୋଇଥିବା ସାମଗ୍ରୀକୁ ବ୍ୟବହାର କଲେ ୫୦୦ରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଘରେ କିମ୍ବା ବ୍ୟକ୍ତିଗତ ଭାବେ ବ୍ୟବହାର କରୁଥିଲେ ୫୦୦ ଟଙ୍କା ଜରିମାନା ଦେବାକୁ ହେବ । ସେହିପରି ଯଦି କୌଣସି ସଂସ୍ଥାରୁ ନିଷେଧ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ମିିଳିବ ସମ୍ପୃକ୍ତ ସଂସ୍ଥାକୁ ୫ ହଜାର ଟଙ୍କା ଜରିମାନା ଦେବାକୁ ହେବ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦ୍ୱାରା ଏହି ଜରିମାନା ଧାର୍ଯ୍ୟ କରାଯିବ। ସ୍ଥାନୀୟ ପୌର ସଂସ୍ଥା କିମ୍ବା ପଞ୍ଚାୟତ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ ଜରିଆରେ ଏଭଳି ଜରିମାନା ଆଦାୟ କରାଯିବ। ସମଗ୍ର ରାଜ୍ୟରେ ଜୁଲାଇ ପହିଲାରୁ ଏହି କଟକଣା ଜାରି କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୨୦୧୮ ଅକ୍ଟୋବର ୨ରୁ ୫ ମହାନଗର ନିଗମ(ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର)ରେ ପଲିଥିନ ଉପରେ କଟକଣା ଜାରି କରିଥିଲେ। ୨୦୧୯ ଅକ୍ଟୋବର ୨ରୁ ସମସ୍ତ ସହରାଞ୍ଚଳରେ ଏହାକୁ ନିଷେଧ କରାଯାଇଛି। କଟକଣା ଜାରି ହେବା ପରେ କୁହାଯାଇଥିଲା ଯେକୌଣସି ବ୍ୟକ୍ତି ନିଜେ କିମ୍ବା ଅନ୍ୟ କାହା ଦ୍ୱାରା ଜାଣିକରି ହେଉ କିମ୍ବା ଅନ୍ୟ ମାଧ୍ୟମରେ ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ କରିପାରିବେ ନାହିଁ। ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ, ୨୦୦ ମିଲିଲିଟରରୁ କମ୍‌ ପାଣି ବୋତଲ, ଥର୍ମୋକୁଲ, ସାଜସଜ୍ଜା ପାଇଁ ବ୍ୟବହୃତ ଥର୍ମୋକୁଲ, ପ୍ଲାଷ୍ଟିକ ଚାମଚ, କପ୍‌, ପ୍ଲେଟ୍‌, ଗ୍ଲାସ୍‌, ଥାଳିଆ, ପାଣି ପାଉଚ ଆଦି ସାମଗ୍ରୀ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଏହାସତ୍ତ୍ୱେ ସହରାଞ୍ଚଳଗୁଡ଼ିକରେ ଅବାଧରେ ପଲିଥିନ ଓ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ବହୁଳ ମାତ୍ରାରେ ବଢ଼ିଚାଲିଛି। ବିଡ଼ମ୍ବନା ଯେ ପୌର ସଂସ୍ଥା କର୍ତ୍ତୃପକ୍ଷ କିମ୍ବା ଏସ୍‌ପିସିବି କଟକଣା ଉପରେ ନଜର ଦେଉ ନ ଥିବାରୁ ୩ ବର୍ଷ ପରେ ମଧ୍ୟ ସହରାଞ୍ଚଳରେ ପଲିଥିନ ଭରା ହୋଇ ରହିଛି।
ପରିବା ବ୍ୟବସାୟ କରୁଥିବା ରତ୍ନାକର ନାୟକ କହିଛନ୍ତି ଯେ ସରକାର ପଲିଥିନ ନିଷେଧ କରିଛନ୍ତି। ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ । ହେଲେ ଆମ ପାଖକୁ ଅଧିକାଂଶ ଗରାଖ ଖାଲି ହାତରେ ଆସୁଛନ୍ତି। ଯଦି ପଲିଥିନ ନାହିଁ ତେବେ ସେମାନେ ଅନ୍ୟ ଜାଗାରୁ ନେଉଛନ୍ତି। ବାଧ୍ୟ ହୋଇ ଆମକୁ ରଖିବାକୁ ପଡୁଛି। ସରକାର ପଲିଥିନ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଦରକାର। ନଚେତ୍‌ ପଲିଥିନ ବ୍ୟବହାର ବନ୍ଦ ହୋଇପାରିବ ନାହିଁ। କ୍ୟାଟରିଂ ବ୍ୟବସାୟ କରୁଥିବା ପ୍ରମୋଦ ସାହୁ କହିଛନ୍ତି, ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ପରିବେଶ ପାଇଁ କ୍ଷତିକାରକ। ମାତ୍ର ଏହାର ବିକଳ୍ପ ନ ଥିବା ଏବଂ ଶସ୍ତାରେ ଉପଲବ୍ଧ ହେଉଥିବାରୁ ଏହାକୁ ଆମେ ବ୍ୟବହାର କରୁଛୁ। ଏହା ବଦଳରେ ବଜାରରେ ବିକଳ୍ପ ବ୍ୟବସ୍ଥା କରାଗଲେ ପ୍ଲାଷ୍ଟିକ ବ୍ୟବହାର କମିପାରିବ। ରାଜ୍ୟ ପରିବେଶ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ କହିଛନ୍ତି ଯେ ୨୦୧୯ରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ପଲିଥିନ ଓ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ଉପରେ କଟକଣା ରହିଛି। ବ୍ୟବହାରକାରୀଙ୍କ ଉପରେ ଜରିମାନା କରାଯିବା ସହ ସ୍ବତନ୍ତ୍ର ସ୍କ୍ବାଡ ଜରିଆରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ଆସନ୍ତା ଜୁଲାଇ ପହିଲାରୁ ସାରା ରାଜ୍ୟରେ ଏହି କଟକଣା ଲାଗୁ କରାଯିବ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏ ନେଇ ସମସ୍ତ ଜିଲାକୁ ଗାଇଡ୍‌ଲାଇନ ପଠାଇ ଦିଆଯାଇଛି। ଏଥିପାଇଁ ସ୍ବତନ୍ତ୍ର ସ୍କ୍ବାଡ ଗଠନ କରିବାକୁ କୁହାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri