Posted inଜାତୀୟ

ବୃଦ୍ଧ ନେଇଛନ୍ତି ୧୧ଥର କରୋନା ଟିକା! ପରେ ଦେଖିବାକୁ ମିଳିଲା ଏମିତି ପ୍ରତିକ୍ରିୟା

ପାଟନା,୬।୧: ବିହାରର ମାଧେପୁରାରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୮୪ ବର୍ଷ ବୟସ୍କା ବ୍ରହ୍ମଦେବ ମଣ୍ଡଳ ୧୧ଥର କରୋନା ଟିକା ନେଇଥିବା ଦାବି କରିଛନ୍ତି। ୧୨ ଥର ଟିକା ନେବାବେଳେ ସେ ଏହା ଖୁଲାସା କରିଛନ୍ତି। କୁହାଯାଉଛି ଯେ ବୃଦ୍ଧଙ୍କ ଦାବି ପରେ ପରେ ମୁଖ୍ୟ ଶାସନ ସଚିବ ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମାଦେବ କହିଛନ୍ତି, ଟିକା ନେବା ପରେ ତାଙ୍କ ଶରୀରକୁ ବହୁତ ଆରାମ ମିଳିଥିଲା । ଏପରିକି ପିଠି ଏବଂ ଆଣ୍ଠୁଗଣ୍ଠି ଯନ୍ତ୍ରଣା ମଧ୍ୟ ଭଲ ହୋଇଗଲା।
ବ୍ରହ୍ମଦେବଙ୍କ ଏହି ଦାବି ପରେ ବିହାର ସ୍ବାସ୍ଥ୍ୟ ବିଭାଗରେ ପ୍ରଶ୍ନ ଉଠିଛି। ଜିଲା ସିଭିଲ ସର୍ଜନ ଅମରେନ୍ଦ୍ର ନାରାୟଣ ଶାହି କହିଛନ୍ତି, ବୃଦ୍ଧଙ୍କ ଦାବି ମିଥ୍ୟା ନା ଏଥିରେ କୌଣସି ସତ୍ୟତା ଅଛି ତାହା ଜାଣିବା ପାଇଁ ଉଦ୍ୟମ ଚାଲିଛି। ନିୟମ ଅନୁଯାୟୀ କୌଣସି ବ୍ୟକ୍ତି ଦୁଇଟି ଡୋଜରୁ ଅଧିକ ଗ୍ରହଣ କରିବା ଉଚିତ ନୁହେଁ। ଯଦି ବୃଦ୍ଧଙ୍କ ଦାବି ସତ୍ୟ, ତେବେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଡାକ ବିଭାଗର ଅବସରପ୍ରାପ୍ତ କର୍ମଚାରୀ ବ୍ରହ୍ମଦେବ ମଣ୍ଡଳ କହିଛନ୍ତି,ସେ ବିଭିନ୍ନ ସମୟରେ ପଞ୍ଜୀକରଣ ପାଇଁ ଆଧାର ଏବଂ ଭୋଟର ପରିଚୟ ପତ୍ର ବ୍ୟବହାର କରିଥିଲେ। ଏହିପରି ଭାବରେ, ସେ ଏପର୍ଯ୍ୟନ୍ତ ୧୧ ଥର କରୋନା ଟିକା ନେଇଛନ୍ତି। ସେ ୧୧ ମାସ ପୂର୍ବରୁ ପ୍ରଥମ ଟିକା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri