୧୦ ବର୍ଷ ହେବ ସଫା ହେଉନି ନାଳ, ଗାଁରେ ପଶୁଛି ଡ୍ରେନ୍‌ ପାଣି

ନନ୍ଦାହାଣ୍ଡି,୯।୬(ଡି.ଏନ୍‌.ଏ.): ରାସ୍ତାରେ ଭାସୁଛି ଡ୍ରେନ୍‌ ପାଣି। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡା ପଞ୍ଚାୟତ ସଦର ଗାଁରେ ଥିବା ଡ୍ରେନ୍‌ ୧୦ ବର୍ଷ ହେବ ସଫା ହେଉନାହିଁ। ନବରଙ୍ଗପୁରଠାରୁ ଇନ୍ଦ୍ରାବତୀ ଯିବା ମୁଖ୍ୟ ରାସ୍ତା ପାଶର୍‌ବରେ ପୋଡ଼ାଲଗୁଡ଼ାରେ ଥିବା ଡ୍ରେନ୍‌ ପୋତିହୋଇଯିବାରୁ ଏହାର ପାଣି ଗାଁ ଭିତରେ ପଶୁଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଡ୍ରେନ୍‌ ନିକଟରେ ମାଆଙ୍କ ମନ୍ଦିର ରହିଛି। ମନ୍ଦିର ଆଗରେ ଡ୍ରେନ୍‌ ପାଣି ଭାସୁଥିବାରୁ ଶ୍ରଦ୍ଧାଳୁମାନେ ଏହାକୁ ନାପସନ୍ଦ କରିଛନ୍ତି। ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ଶୁଣୁନାହାନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ମାତ୍ର ଅଧା କିଲୋମିଟର ଦୂରତାରେ ଡ୍ରେନ୍‌ର ଏଭଳି ଦୟନୀୟ ସ୍ଥିତି। ତୁରନ୍ତ ଡ୍ରେନ୍‌ ସଫା କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେବ ଛାତ୍ରାବାସ ଆସିଥିଲେ ପ୍ରଶାନ୍ତ: ଆଜି ମିଳିଲା ମୃତଦେହ, ଖେଳିଗଲା ଚାଞ୍ଚଲ୍ୟ

ନବରଙ୍ଗପୁର,୧୬।୪(ସଦାଶିବ ପ୍ରହରାଜ): ଛାତ୍ରାବାସରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ଥିବାବେଳେ ଏହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri