୨ଦିନ ହେଲା ବିଜୁଳି ବିଚ୍ଛିନ୍ନ

ହିନ୍ଦୋଳ, ୩ା୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ଅନ୍ତର୍ଗତ ଗୋବର୍ଦ୍ଧନପୁର ଗ୍ରାମରେ ଶିକାରୀଙ୍କ ଦ୍ୱାରା ବିଛାଯାଇଥିବା ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିବା ପରେ ଦୁଇଦିନ ହେଲା ବିଜୁଳି ସଂଯୋଗ ବିଚ୍ଛିନ୍ନ କରିଦିଆଯାଇଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ନ ହେଲେ ଅଞ୍ଚଳବାସୀ ଗଣଅନଶନରେ ବସିବା ସହିତ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ଏ ନେଇ ସେମାନେ ବୁଧବାର ଉପଜିଲାପାଳଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ସୋମବାର ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଶିକାର ପାଇଁ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ ତାରକୁ ବିପଦପୂର୍ଣ୍ଣ ଭାବେ ବ୍ୟବହାର କରାଯାଉଥିବାରୁ ବିଭାଗ ପକ୍ଷରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଦିଆଯାଇଛି। ଅନ୍ୟପଟେ ଏହା ଫଳରେ ଦୈନନ୍ଦିନ କାର୍ଯ୍ୟ ପ୍ରଭାବିତ ହେଉଛି। ପାଣିଯୋଗାଣ, ପିଲାଙ୍କ ପାଠପଢ଼ା ପ୍ରଭାବିତ ହେଉଥିବା ଗ୍ରାମବାସୀ ଅଭିଯୋଗ କହିଛନ୍ତି।