ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ପୌରାଞ୍ଚଳରେ ବିକାଶ ଏକପ୍ରକାର ସ୍ଥାଣୁ ପାଲଟିଛି। ପ୍ରତିବର୍ଷ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ କାମ ଚାଲୁଛି। ତେବେ ପୁରୁଣା ପ୍ରକଳ୍ପ କାମ ସରୁନି। ଗତ ୨ବର୍ଷ ଧରି ଚାଲିଥିବା ବରୁଣେଇ ସ୍ମାର୍ଟ ପାର୍କ ଏବଂ ସାମନ୍ତରାପୁରସ୍ଥିତ ଜରି ପୋଖରୀ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସରିପାରୁନାହିଁ। ସେହିପରି ଟିଏଲ୍ସି ରୋଡସ୍ଥିତ ଆଦର୍ଶ ଶ୍ମଶାନ କାର୍ଯ୍ୟ ନିର୍ଦ୍ଧାରିତ ସମୟଠାରୁ ବହୁ ବିଳମ୍ବରେ ଲୋକାର୍ପିତ ହେଲା।
ସୂଚନା ଅନୁଯାୟୀ, ଖୋର୍ଦ୍ଧା ପୌରାଞ୍ଚଳ ଅନ୍ତର୍ଗତ ବରୁଣେଇ ସ୍ମାର୍ଟ ପାର୍କ ଏବଂ ଟିଏଲ୍ସି ରୋଡଠାରେ ଆଦର୍ଶ ଶ୍ମଶାନ ନିର୍ମାଣ ପାଇଁ ୨୦୨୦ ଡିସେମ୍ବର ୧୬ରେ ପୌର ପ୍ରଶାସନ ପକ୍ଷରୁ ଶିଳାନ୍ୟାସ କରାଯାଇଥିଲା। ମାର୍ଚ୍ଚ ଶେଷ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ସାରିବାକୁ ସମୟ ଧାର୍ଯ୍ୟ ହୋଇଥିଲା। ତେବେ ଅଢେଇ ବର୍ଷ ବିତିଲାଣି, କାମ ସରୁନି। ଗତ ୨୦୨୧ ଅକ୍ଟୋବର ୨୪ରେ ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏବଂ ଖୋର୍ଦ୍ଧା ଉପଜିଲାପାଳ ତଥା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଆଇ. ଗୌରବ ଶିବାଜୀଙ୍କ ସହ ବରୁଣେଇ ପରିଦର୍ଶନ ବେଳେ ନଭେମ୍ବର ସୁଦ୍ଧା କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏବେ ବି ନିର୍ମାଣ କାର୍ଯ୍ୟ ଜାରି ରହିଛି। କାର୍ଯ୍ୟରେ ମନ୍ଥରତା ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସହରରେ ଏକାଧିକ ପ୍ରକଳ୍ପ ଅଧାରେ ଅଟକି ରହିଥିବା ବେଳେ କିଛି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ପୁରୁଣା କାର୍ଯ୍ୟ ସରି ନ ଥିବା ବେଳେ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ଏକାଧିକ ପ୍ରକଳ୍ପ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଛି। ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଯୋଜନାରେ ବରୁଣେଇ ପାଦଦେଶରେ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ୨୦୨୦ ଡିସେମ୍ବର ୧୬ରେ ୧.୮୪ ଏକର ଜମିରେ ୧ କୋଟି ଟଙ୍କା ବ୍ୟୟ ଅଟକଳରେ ସ୍ମାର୍ଟ ପାର୍କ ଏବଂ ୨୦୨୧ ଅଗଷ୍ଟ ୩୧ରେ ଜରି ପୋଖରୀ ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର ଶିଳାନ୍ୟାସ କରିଥିଲେ। ଏହି ସ୍ମାର୍ଟ ପାର୍କରେ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଲାଇଟ ଆଣ୍ଡ୍ ସାଉଣ୍ଡ ସିଷ୍ଟମ ସହ ମ୍ୟୁଜିକାଲ ଫାଉଣ୍ଡେଶନ, ପାଦଚଲା ରାସ୍ତା, ଉଦ୍ୟାନ, ଶୌଚାଳୟ, ଟିକେଟ କାଉଣ୍ଟର, ପାର୍କିଂ ବ୍ୟବସ୍ଥା କରାଯିବ। ପାର୍କରେ ଗୋଟିଏ ଲେଖାଏ ପ୍ରବେଶ ଓ ପ୍ରସ୍ଥାନ ରହିବ। ଆମୋଦପ୍ରମୋଦ ବ୍ୟବସ୍ଥା ସହ ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ରଖାଯିବାର ଯୋଜନା ରହିଛି। କୋଭିଡ୍ କଟକଣା ହଟିବା ପରେ ଧୀରେ ଧୀରେ ବରୁଣେଇ ପୀଠକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଅଥଚ ଯାହାଙ୍କ ଉଦ୍ଦେଶ୍ୟରେ ଏହି ପାର୍କ ନିର୍ମାଣ ଲକ୍ଷ୍ୟ ରହିଥିଲା, ତାହା ଆଜିପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିଲା ନାହିଁ। ନିର୍ମାଣ କାର୍ଯ୍ୟ ସରି ନ ଥିବାରୁ ପର୍ଯ୍ୟଟକଙ୍କ ଆଶା ମଉଳିଛି। ଖୋର୍ଦ୍ଧା ସହରର ଏକାଧିକ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି ବୋଲି କଂଗ୍ରେସ ନେତା ଶିଶିର ପରିଡା ଅଭିଯୋଗ କରିଛନ୍ତି। ଖୋର୍ଦ୍ଧା ସୁରକ୍ଷା ମଞ୍ଚ ଆବାହକ ଶୋଭନ ଘୋଷ କହିଛନ୍ତି, ସହରର ବିକାଶ କଚ୍ଛପ ଗତିରେ ଚାଲିଛି। ସହରରେ ଡ୍ରେନ୍ ପୋତି ହୋଇଗଲାଣି। ବର୍ଷ ବର୍ଷ ଧରି ଡ୍ରେନ ସଫା ନ ହେବା ଫଳରେ ଆବର୍ଜନା ପଡ଼ିରହି ରାସ୍ତା ସହ ମିଶିଗଲାଣି। ମୁକୁଳା ଡ୍ରେନରେ ପଡ଼ି ଶିଶୁ, ପଥଚାରୀ, ଗୋରୁ ଆହତ ହେଉଛନ୍ତି। ତେଣୁ ଏ ଦିଗରେ ପ୍ରଶାସନ ଦୃଷ୍ଟି ଦେବା ଉଚିତ। ଏନେଇ ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର କହିଛନ୍ତି, ଉଭୟ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍ଶୀଘ୍ର ଲୋକଙ୍କ ସେବାରେ ଲାଗିବ।
Posted inHome, Home Left, ଆମ ଜିଲା ଖବର, ଖୋର୍ଦ୍ଧା View All
ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…
ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ
ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…
ଦେଶରେ ଲାଗିବ କି ଲକ୍ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…
ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…
ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ
କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…
ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…
ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…
Archives

