୨ ବର୍ଷ ହେଲା ଗାଁରୁ ବାସନ୍ଦ ଗୀତାଙ୍କ ପରିବାର

ପୁରୀ ଅଫିସ, ୬ା୮: ଦୁଇବର୍ଷ ତଳେ ଘରେ ପଶି ଚୋରି ନେଇ ଥାନାରେ ଅଭିଯୋଗ କ୍ରମେ ଗ୍ରାମର କେତେଜଣ ଲୋକଙ୍କୁ ପୋଲିସ ଗିରଫ କରିଥିଲା। ଏହି ଘଟଣାରେ ଗ୍ରାମବାସୀ ଆକ୍ରୋଶ ରଖି ଅଭିଯୋଗକାରୀ ଗୀତା ସିଂଙ୍କ ପରିବାରକୁ ସେବେଠାରୁ ନିଆଁପାଣି ବାସନ୍ଦ କରିଛନ୍ତି। ଫଳରେ ଗୀତାଙ୍କ ପରିବାର ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ଏନେଇ ଥାନାରେ ଅଭିଯୋଗ ସତ୍ତ୍ୱେ ପୋଲିସ ଚୁପ୍‌ ବସିଛି। ଶେଷରେ ନିରୁପାୟ ହୋଇ ଗୀତା ନ୍ୟାୟ ପାଇଁ ଶୁକ୍ରବାର ପୁରୀ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୧୦ଦିନ ମଧ୍ୟରେ ନ୍ୟାୟ ନ ମିଳିଲେ ଏସ୍‌ପିଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଦେବେ ବୋଲି ସେ ଚେତାବନୀ ଦେଇଛନ୍ତି।
ପୁରୀ ସଦର ଥାନା ଅନ୍ତର୍ଗତ ଧାଉଡ଼ିଆ ଗ୍ରାମର ଗୀତା ସିଂଙ୍କ ଅଭିଯୋଗ ଅନୁଯାୟୀ, ସେ ଜଣେ ଭିନ୍ନକ୍ଷମ ହୋଇଥିବାବେଳେ ତାଙ୍କ ସ୍ବାମୀ ହୃଦ୍‌ରୋଗୀ। ୨୦୨୦ରେ ଗ୍ରାମର କେତେଜଣ ବ୍ୟକ୍ତି ତାଙ୍କ ଘରୁ ନିର୍ମାଣ ସାମଗ୍ରୀ ଚୋରି କରି ନେଇଥିଲେ। ଏ ନେଇ ସେ ସଦର ଥାନାରେ ଏତଲା ଦେଇଥିଲେ। ପୋଲିସ କେତେଜଣ ଅଭିଯୁକ୍ତଙ୍କୁ ଧରି କୋହଳ ଦଫା ଲଗାଇଥିଲେ। ପରେ ଘଟଣାର ସମାଧାନ ହୋଇଥିଲା। ତେବେ କିଛି ଦିନ ପରେ ଅଭିଯୁକ୍ତମାନେ ତାଙ୍କୁ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିଲେ। ଏ ସଂକ୍ରାନ୍ତରେ ଥାନାରେ ଅଭିଯୋଗ କରାଯାଇଥିଲା। ଏହାକୁ କେନ୍ଦ୍ର କରି ଗ୍ରାମବାସୀ ତାଙ୍କ ପରିବାରକୁ ଏକଘରକିଆ କରିଦେଇଛନ୍ତି। କେହି କଥାବାର୍ତ୍ତା କରୁନାହାନ୍ତି। ଯିଏ କଥା ହେବ ତାକୁ ଲଣ୍ଡା କରାଯିବ ଓ ୫ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି କୁହାଯାଇଛି। ଏଭଳି ଭାବେ ଅଭିଯୁକ୍ତମାନେ ଯନ୍ତ୍ରଣା ଦେଉଛନ୍ତି। ଗତ ମାସରେ ଅଭିଯୁକ୍ତମାନେ ଗାଳିଗୁଲଜ କରିବା ସହ ଗୀତାଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଏ ସଂକ୍ରାନ୍ତରେ ଗତ ମାସ ୨୬ତାରିଖରେ ସଦର ଥାନାରେ ଅଭିଯୋଗ କରାଯାଇଥିଲା। ବାରମ୍ବାର ଥାନାକୁ ଯିବାରୁ ଘଟଣାର ସମାଧାନ ନିମନ୍ତେ ପୋଲିସ ଜଣେ ବ୍ୟକ୍ତିଙ୍କ ପାଖକୁ ପଠାଇଥିଲେ। ମାତ୍ର ସେ ଗାଳିଗୁଲଜ କରିବା ସହ ଥାନାକୁ ଗଲେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି। ପୋଲିସକୁ ଜଣାଇ ନିରାଶ ହେବାକୁ ପଡିଛି। ତେଣୁ ସମସ୍ତ ଘଟଣାକୁ ଅନୁଧ୍ୟାନ କରି ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ତାଙ୍କ ପରିବାର ଉପରୁ ବାସନ୍ଦ ହଟାଇ ନ୍ୟାୟ ଦେବାକୁ ଗୀତା ଦାବି କରିଛନ୍ତି। ନଚେତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri