୨ବର୍ଷ ହେଲା ଅଲିଭ୍‌ ରିଡ୍‌ଲେଙ୍କ ସଂଖ୍ୟା କମୁଛି

କେନ୍ଦ୍ରାପଡ଼ା,୧୪ା୪(ଜଗନ୍ନାଥ ଧଳ)୨୦୨୩ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଭିତରକନିକା ଜାତୀୟ ଉଦ୍ୟାନସ୍ଥିତ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡାଦାନ କରିଥିଲେ। ସେହିପରି ୨୦୨୨ରେ ଏମାନଙ୍କ ସଂଖ୍ୟା ୫.୧ ଲକ୍ଷରୁ ଊର୍ଦ୍ଧ୍ୱ ଥିଲା। ମାତ୍ର ଚଳିତ ବର୍ଷ ଏମାନଙ୍କ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ମାତ୍ର ୩ ଲକ୍ଷରୁ ଊର୍ଦ୍ଧ୍ୱ କଇଁଛ ଅଣ୍ଡାଦାନ କରିଥିବାରୁ ପରିବେଶବିତ୍‌ମାନେ ଚିନ୍ତାପ୍ରକଟ କରିଛନ୍ତି।
ଏ ସମ୍ପର୍କରେ ଗହୀରମଥା ସାମୁଦ୍ରିକ କଇଁଛ ଓ ହେନ୍ତାଳ ସୁରକ୍ଷା ସମିତି ସମ୍ପାଦକ ହେମନ୍ତ କୁମାର ରାଉତ, ପରିବେଶବିତ୍‌ ଅଧ୍ୟାପକ କ୍ଷିତୀଶ କୁମାର ସିଂହ, ପରିବେଶବିତ୍‌ ଶ୍ରୀକାନ୍ତ ନାୟକ ପ୍ରମୁଖ କହିଛନ୍ତି, ଅଣ୍ଡାଦାନ ପାଇଁ ଆସୁଥିବା ଅଲିଭ୍‌ ରିଡ୍‌ଲେଙ୍କ ସଂଖ୍ୟା ହ୍ରାସ ହେବା ତଟାଞ୍ଚଳର ବିଭିନ୍ନ କାରଣ ଏଥିପାଇଁ ଦାୟୀ। ଏହି ସାମୁଦ୍ରିକ ଅଞ୍ଚଳ ଏବେ ତଟକ୍ଷୟ ପରି ଗୁରୁତର ସମସ୍ୟାର ସମ୍ମୁଖୀନ ହୋଇଛି। ହେନ୍ତାଳ ବଣ ଏହି ସମସ୍ୟାର ସମାଧାନ ମାଧ୍ୟମ ହୋଇଥିଲେ ମଧ୍ୟ ପର୍ଯ୍ୟାପ୍ତ ପରିମାଣରେ ସଚେତନତା ଓ କାର୍ଯ୍ୟକ୍ରମ ଜାରି ରହୁନି। ଇତିମଧ୍ୟରେ ସାମୁଦ୍ରିକ ଅଞ୍ଚଳର ଅନେକ ଚଟକାକୁ ସାମୁଦ୍ରିକ ଜୁଆର ନିଶ୍ଚିହ୍ନ କରିଛି। ସେହିପରି ଚିଙ୍ଗୁଡ଼ି ଘେରି ବୃଦ୍ଧି ତଟାଞ୍ଚଳକୁ ନଷ୍ଟ କରୁଛି। ଏଠାରୁ ନିର୍ଗତ ରାସାୟନିକ ଦ୍ରବ୍ୟ ତଟାଞ୍ଚଳର ହେନ୍ତାଳ ବଣ ସହିତ ସାମୁଦ୍ରିକ ଜୀବ ପାଇଁ ଘାତକ ହୋଇଛି। ଏନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲେ ମଧ୍ୟ ଜିଲା ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉନି। ବେଆଇନ ଚିଙ୍ଗୁଡ଼ି ଘେରି ବୃଦ୍ଧିକୁ ରୋକାଯାଇ ପାରୁନାହିଁ। ଏହାବ୍ୟତୀତ ଚଳିତ ବର୍ଷ ସାମୂହିକ ଅଣ୍ଡାଦାନରେ ସଂଖ୍ୟା ହ୍ରାସ ପାଇଁ ପାଣିପାଗ ପରିବର୍ତ୍ତନ ଅନ୍ୟ ଏକ କାରଣ ସାବ୍ୟସ୍ତ ହୋଇଛି। ପୂର୍ବରୁ ମାର୍ଚ୍ଚ ମାସ ମଧ୍ୟରେ ଅଣ୍ଡାଦାନ ହେଉଥିବା ବେଳେ ଚଳିତ ବର୍ଷ ଏପ୍ରିଲ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିଛି। ସେହିପରି ଗହୀରମଥା ସାମୁଦ୍ରିକ ଅଞ୍ଚଳର କଟକଣାକୁ ନ ମାନି ମତ୍ସ୍ୟଜୀବୀ ଅନବରତ ପଶି ଆସିବା, ଗିଲ୍‌ ନେଟ୍‌ରେ କଇଁଛଙ୍କ ମୃତ୍ୟୁ ହେବା ଆଦି କାରଣ ରହିଛି। ପ୍ରାକୃତିକ ପରିବେଶକୁ ନ ସଜାଡିଲେ ହରଚଣ୍ଡୀ ତଟାଞ୍ଚଳ ପରି ଆଗାମୀ ଦିନରେ ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କୁ ଦେଖିବାକୁ ମିଳିବ ନାହିଁ ବୋଲି ପରିବେଶବିତ୍‌ମାନେ ସତର୍କ କରାଇଛନ୍ତି।
ଏ ସମ୍ପର୍କରେ ଗହୀରମଥା ରେଞ୍ଜ ଅଧିକାରୀ ପ୍ରଦୋଷ ମହାରଣା କହିଛନ୍ତି, କଇଁଛଙ୍କ ସୁରକ୍ଷା ପାଇଁ ବନ ବିଭାଗ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ତଟକ୍ଷୟରୁ ମୁକ୍ତ ପାଇଁ ହେନ୍ତାଳ ବଣ ସୃଷ୍ଟି କରିବା, ସାମୁଦ୍ରିକ ଅଞ୍ଚଳକୁ କଡା ନଜରରେ ରଖିବା, ବେଆଇନ ଭାବେ ଅନୁପ୍ରବେଶ କରୁଥିବା ମତ୍ସ୍ୟଜୀବୀଙ୍କୁ ଗିରଫ କରିବା ପରି କାର୍ଯ୍ୟକ୍ରମ ଜାରି ରଖିଛି। ଅଣ୍ଡାଦାନ ସଂଖ୍ୟା କମିବା କାରଣ ସମ୍ପର୍କରେ ବନ ବିଭାଗ ପକ୍ଷରୁ ଅନୁଧ୍ୟାନ କରାଯାଉଥିବା ରେଞ୍ଜ ଅଧିକାରୀ ମହାରଣା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri