୩ ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ

ବଇଣ୍ଡା, ୧।୩(ଡି.ଏନ.ଏ.): ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ଅଭିମୁଖି କରିବା ପାଇଁ ସରକାର ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ହେଲେ ଅନେକ ସ୍କୁଲରେ ଏହି ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନାହିଁ। ବିଶେଷକରି ଜଙ୍ଗଲ ଅଞ୍ଚଳରେ ଥିବା ବିଦ୍ୟାଳୟଗୁଡିକରେ ଠିକଣା ଭାବେ ଚାଉଳ ପହଞ୍ଚାଯାଇ ପାରୁ ନ ଥିବାରୁ ସେଠାରେ ପିଲାଙ୍କୁ ମଧ୍ୟାହ୍ନଭୋଜନ ନିୟମିତ ଦିଆଯାଇପାରୁ ନାହିଁ। ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟରେ ଏପରି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟରେ ଚାଉଳ ନ ଥିବା ଯୋଗୁ ୩ ଦିନ ହେବ ମଧ୍ୟାହ୍ନ ଭୋଜନ ରୋଷେଇ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଉପାସରେ ଘରକୁ ଫେରୁଛନ୍ତି। ଏ ନେଇ ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ଆଠମଲ୍ଲିକ ବିଇଓଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରାଯାଇଛି।
ଗ୍ରାମବାସୀ କହିଛନ୍ତି, ଏହି ବିଦ୍ୟାଳୟ ଜଙ୍ଗଲାଞ୍ଚଳରେ ଥିବା ଯୋଗୁ ସେଠାରେ ଆବଶ୍ୟକ ଶିକ୍ଷା ସାମଗ୍ରୀ ପହଞ୍ଚି ପାରୁନାହିଁ। ଚାଉଳ ନ ଥିବାରୁ ୩୩ ଜଣ ଛାତ୍ରୀଛାତ୍ରଙ୍କ ପାଇଁ ୩ ଦିନ ହେବ ରୋଷେଇ ହୋଇପାରୁନାହିଁ। ୧୦ ଦିନ ହେବ ଚାଉଳ ସରିଯାଇଥିବାରୁ ନିକଟରେ ଥିବା ବିଦ୍ୟାଳୟରୁ ଚାଉଳ ଧାର ଅଣାଯାଇ ରୋଷେଇ କରାଯାଇଥିବା ବେଳେ ଶନିବାର ଠାରୁ ରୋଷେଇ ବନ୍ଦ ରହିଛି। ଏ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଇଓଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ ଖାଇପାରୁ ନାହାନ୍ତି। ସେହିପରି ମଇମୁରା କ୍ଲଷ୍ଟରର ଅନେକ ବିଦ୍ୟାଳୟରେ ଚାଉଳ ନ ଥିବା ଯୋଗୁ ରୋଷେଇରେ ପ୍ରତିବନ୍ଧକ ସାଜୁଥିବା କେତେଜଣ ଶିକ୍ଷକ ନାମ ଗୋପନ ରଖି ପ୍ରକାଶ କରିଛନ୍ତି। ଏ ନେଇ ପ୍ରଧାନ ଶିକ୍ଷକ ସୁଧାଂଶୁ ନାୟକ କହିଛନ୍ତି, ଚାଉଳ ଯୋଗାଣ ସମ୍ପର୍କରେ ଶିକ୍ଷା ବିଭାଗକୁ ଅବଗତ କରାଯାଇଛି। ଆଠମଲ୍ଲିକ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥି ଶୁଣ୍ଢୀ କହିଛନ୍ତି, ମଙ୍ଗଳବାର ଉକ୍ତ ଅଞ୍ଚଳକୁ ଚାଉଳ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri