୩ ବର୍ଷ ହେଲା ଶଯ୍ୟାରେ ସନ୍ତୋଷ

ହିନ୍ଦୋଳ, ୨୮।୭(ଡି.ଏନ୍‌.ଏ.) – ସାଇକେଲରେ କାମକୁ ଯାଉଥିବାବେଳେ ଭାରସାମ୍ୟ ହରାଇ କାଦୁଅ ରାସ୍ତାରେ କଚାଡ଼ି ହୋଇ ପଡ଼ିଲେ। ଅଣ୍ଟାରେ ଲାଗିଥିବା ଆଘାତ ଶରୀରକୁ ଅଚଳ କରିଦେଲା। ସେହିଦିନଠାରୁ ୩ ବର୍ଷ ହେଲା ଶଯ୍ୟାରେ ପଡ଼ି ରହିଛନ୍ତି ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଜରଡ଼ା ପଞ୍ଚାୟତ ବାଲିକିଆରୀ ଗ୍ରାମର ସନ୍ତୋଷ ସାହୁ (୩୩)। ଚିକିତ୍ସାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇଥିଲେ ହେଁ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁନାହିଁ। ପରିବାର ସର୍ବସ୍ବାନ୍ତ ହୋଇଗଲାଣି। ଏଭଳି ସ୍ଥିତିରେ ସିନ୍ଦୂରକୁ ବଞ୍ଚାଇବା ଲାଗି ସରକାରଙ୍କ ନିକଟରେ ଆକୁଳ ନିବେଦନ କରିଛନ୍ତି ସ୍ତ୍ରୀ ଶିଶୁଳା।
ଦିନ ମଜୁରିଆ ଭାବେ କାର୍ଯ୍ୟରତ ସନ୍ତୋଷ ସବୁଦିନ ପରି ଘଟଣା ଦିନ ସାଇକେଲ ଧରି କାମକୁ ବାହାରିଥିଲେ। ଗ୍ରାମଠାରୁ ଅଳ୍ପ ଦୂର ଯାଇଥିବାବେଳେ କାଦୁଅ ରାସ୍ତାରେ ଭାରସାମ୍ୟ ହରାଇ ସାଇକେଲରୁ ଖସି ପଡ଼ିଥିଲେ। ଏଥିରେ ତାଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ପ୍ରଥମେ ହିନ୍ଦୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପର୍ଯ୍ୟାୟକ୍ରମେ ଅନୁଗୋଳ ଏବଂ କଟକ ବଡ଼ ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଅଣ୍ଟାଠାରୁ ଗୋଡ଼ ଯାଏ ଅଚଳ ହୋଇପଡ଼ିଥିବାରୁ ସନ୍ତୋଷ ଶଯ୍ୟାଶାୟୀ ହୋଇ ପଡ଼ିରହିଛନ୍ତି। ଅଦ୍ୟାବଧି ତାଙ୍କ ଚିକିତ୍ସାରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେଲାଣି। ଭଲ ହେବା ପାଇଁ ଆହୁରି ୩ ଲକ୍ଷ ଟଙ୍କା ଦରକାର ବୋଲି ଡାକ୍ତର କହିବା ପରେ ପରିବାର ମୁଣ୍ଡରେ ଚଡ଼କ ପଡ଼ିଛି।
ସନ୍ତୋଷଙ୍କ ବାପା ସର୍ବେଶ୍ୱର ଜଣେ ପକ୍ଷାଘାତ ରୋଗୀ। ବୃଦ୍ଧା ମା’ ରୋଜଗାର କରିବାକୁ ଅସମର୍ଥ। ୭ବର୍ଷର ପୁଅ ହିମାଂଶୁ ଏବଂ ଅଢ଼େଇ ବର୍ଷର ଝିଅ ଲକିଙ୍କୁ ମିଶାଇ ମୋଟ ୬ ପ୍ରାଣୀଙ୍କ ପାଇଁ ପ୍ରତିଦିନ ଆହାର ଯୋଗାଡ଼ କରିବା ଶିଶୁଳାଙ୍କ ପକ୍ଷେ କଷ୍ଟକର ହୋଇଯାଉଛି। ମୂଲମଜୁରି ଲାଗି ଯାହା ଆଣନ୍ତି, ସେଥିରେ ପରିବାର ଚଳାଇବା ଅସମ୍ଭବ। ଜମିବାଡ଼ି କିଛି ନାହିଁ। ସନ୍ତୋଷଙ୍କୁ ଦିବ୍ୟାଙ୍ଗ ତାଲିକାଭୁକ୍ତ କରିବାକୁ ଆବେଦନ କରାଯାଇଥିଲେ ମଧ୍ୟ ତାହା ହୋଇପାରିନାହିଁ। ସମ୍ପୃକ୍ତ ପରିବାରକୁ ସହାୟତାର ହାତ ବଢ଼ାଇବା ସହିତ ସନ୍ତୋଷଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ପ୍ରଶାସନ ନିକଟରେ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ସରପଞ୍ଚ ସ୍ନେହଦାୟିନୀ ପୃଷ୍ଟିଙ୍କୁ ପଚାରିବାରେ ସେ କୁହନ୍ତି, ସନ୍ତୋଷଙ୍କ ସମସ୍ୟା ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯିବ। ପଞ୍ଚାୟତ ପକ୍ଷରୁ ଯଥାସାଧ୍ୟ ସହାୟତା ପ୍ରଦାନ କରାଯିବାକୁ ଉଦ୍ୟମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?