୪ ମାସ ହେଲା ଏଟିଏମ୍‌ରେ ତାଲା

ଢେଙ୍କିକୋଟ,୬।୧୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଢେଙ୍କିକୋଟ ଏକ ବ୍ୟସ୍ତ ବହୁଳ ବଜାର ଭାବେ ପରିଚିତ। ଏଠାରେ ଛୋଟ ବଡ଼ ୫୦ରୁ ଉର୍ଦ୍ଧ୍ୱ ବ୍ୟବସାୟିକ ଦୋକାନ ଥିବାବେଳେ ଏହି ବଜାର ଉପରେ ଘଟଗାଁ ବ୍ଲକ ଏବଂ ପାଟଣା ବ୍ଲକର ୨୦ରୁ ଉର୍ଦ୍ଧ୍ୱ ପଞ୍ଚାୟତର ଜନସାଧାରଣ ନିର୍ଭର କରି ଚଳିଥାନ୍ତି। ଏଠାରେ ଜିଲାର ଅଗ୍ରଣୀ ବ୍ୟାଙ୍କ ଭାବେ ପରିଚିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା ଏବଂ ୟୁନିୟନ ବ୍ୟାଙ୍କ ଶାଖା ବ୍ୟବସାୟୀ ତଥା ଜଣସାଧାରଣଙ୍କ ନେଣଦେଣ ନିମନ୍ତେ ରହିଥିଲେ ମଧ୍ୟ ଦୁଇ ବ୍ୟାଙ୍କ ଶାଖାରେ ସକାଳ ୧୦ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଲମ୍ବା ଧାଡି ଲାଗିରହୁଥିବାରୁ ବ୍ୟବସାୟୀଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏଣେ ଦୀର୍ଘ ୪ ମାସରୁ ଉର୍ଦ୍ଧ୍ୱ ହେବ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସଂଲଗ୍ନ ଏଟିଏମଟି ଅଚଳ ହୋଇ ବନ୍ଦ ହୋଇ ରହିଥିବାରୁ ଲୋକେ ବହୁ ହଇରାଣ ହେଉଛନ୍ତି। ଏନେଇ ଏଠାକାର ବଣିକ ସଂଘର ସଭାପତି ରାଜକିଶୋର ସାହୁ ସମ୍ପାଦକ ଲଲାଟେନ୍ଦୁ ସାହୁ ବାରମ୍ବାର ଅଭିଯୋଗ କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁନାହିଁ। ଏ ସମ୍ପର୍କରେ ଶାଖା ପରିଚାଳକ ଘନଶ୍ୟାମ ଜେନା କହିଛନ୍ତି, ମେଶିନ ଭିତରେ କେହି ଲୁହା ରଡ୍‌ ଭର୍ତ୍ତି କରିଦେଇଥିବାରୁ ଯନ୍ତ୍ରାଂଶ ନଷ୍ଟ ହୋଇଯାଇଛି। ଏହା ଜାପାନର ମେଶିନ, ନୂଆ ଯନ୍ତ୍ରାଂଶ ଅର୍ଡର କରାଯାଇଛି ଏବଂ ଅଭିଯୋଗ ମଧ୍ୟ କରାଯାଇଛି। ୧୦ରୁ ୧୫ ଦିନ ମଧ୍ୟରେ ମରାମତି ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri