୪ ବର୍ଷ ହେଲା ପ୍ରଧାନମନ୍ତ୍ରୀ ଆବାସ କରାଇ ଦେବାକୁ ଜିଆର୍‌ଏସ୍‌ ନେଇଥିଲେ ଲାଞ୍ଚ: ଏବେ ଟଙ୍କା ମାଗିବାରୁ ପଥର ଫୋପାଡି ମାରିଲେ

ଚାନ୍ଦବାଲି,୩୦।୦୬(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଦୋସିଙ୍ଗା ପଞ୍ଚାୟତରେ କାର୍ଯ୍ୟରତ ଜିଆରଏସ୍‌ ପ୍ରଧାନମନ୍ତ୍ରୀ ଆବାସ କରେଇ ଦେବା ପାଇଁ ଉକ୍ତ ପଞ୍ଚାୟତର ରାଜୁ ଜେନାଙ୍କଠାରୁ ଟଙ୍କା ଲାଞ୍ଚ ନେଇଥିଲେ। ଦୀର୍ଘ ୪ ବର୍ଷ ବିତି ଯାଇଥିଲେ ମଧ୍ୟ ରାଜୁଙ୍କୁ ଘର ମିଳି ନ ଥିଲା । ଗୁରୁବାର ସନ୍ଧ୍ୟାରେ ରାଜୁ ଲାଞ୍ଚ ଟଙ୍କା ମାଗିବାରୁ ସମ୍ପୃକ୍ତ ଜିଆର୍‌ଏସ୍‌ ଏକ ଲୁହା ଛଡ଼ରେ ରାଜୁଙ୍କୁ ଆକ୍ରମଣ କରିଥିଲେ। ରାଜୁ ତଳେ ପଡିଯିବାରୁ ଜିଆରସ୍‌ ପାଖରେ ପଡ଼ିଥିବା ଏକ ପଥର ଆଣି ରାଜୁଙ୍କ ମୁଣ୍ଡରେ ପ୍ରହାର କରିଥିଲେ। ପ୍ରଚୁର ରକ୍ତବହିବାରୁ ରାଜୁ ଅଚେତ ହୋଇ ତଳେ ପଡ଼ିଥିଲେ । ଖବରପାଇ ଘଟଣାସ୍ଥଳରେ ଧାମରା ଥାନାଧିକାରୀ ପହଞ୍ଚି ରାଜୁଙ୍କୁ ଉଦ୍ଧାର କରି ଚାନ୍ଦବାଲି ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣା ପରେ ସମ୍ପୃକ୍ତ ଜିଆର୍‌ଏସ୍‌ ଯାଇ ଏକ ବ୍ୟାଙ୍କରେ ଲୁଚି ରହିଥିଲେ । ଧାମରା ପୋଲିସ ସମ୍ପୃକ୍ତ ଜିଆରଏସଙ୍କୁ ନେଇ ଧାମରା ଥାନାରେ ଅଟକ ରଖିଛି । ତୁରନ୍ତ ସମ୍ପୃକ୍ତ ଜିଆରଏସ୍‌ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଚାକିରିରୁ ବହିଷ୍କାର କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri