୫ ବର୍ଷ ହେଲା ନିଦରେ ପ୍ରଶାସନ

ଆଠମଲ୍ଲିକ,୧୭।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନ ଭିତ୍ତିଭୂମି ଦୁର୍ବଳ ହୋଇପଡ଼ିଛି। ୫ଟି ଶ୍ରେଣୀଗୃହ ମଧ୍ୟରୁ ୩ଟି କୋଠରି ଚଟାଣ ଦବି ଗଲାଣି। ଛାତରୁ ଖଣ୍ଡ ଖଣ୍ଡ ପଲସ୍ତରା ଖସିଲାଣି। ଏପରି ଅବସ୍ଥାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାତ୍ର ୨ଟି କୋଠରିରେ ବସାଯାଉଛି। ଫଳରେ ଶିକ୍ଷାଦାନ ଠିକ୍‌ରେ ହୋଇପାରୁ ନାହିଁ। ତେଣୁ ପୁରୁଣାମାଣତ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂଆ କୋଠା ନିର୍ମାଣ କରାଯାଉ ବୋଲି ଦୀର୍ଘ ୫ ବର୍ଷ ହେଲା ସ୍କୁଲ ପରିଚାଳନା କମିଟି ପକ୍ଷରୁ ଦାବି କରାଯାଉଛି। ଏ ନେଇ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ରାଜ୍ୟ ସରକାର, ସମ୍ବଲପୁର ଏମ୍‌ପି, ବିଧାୟକଙ୍କୁ ବାରମ୍ବାର ଦାବିପତ୍ର ଦିଆଯାଇଛି। ହେଲେ ପ୍ରଶାସନର ନିଦ ଏଯାଏ ଭାଙ୍ଗି ନ ଥିବାରୁ ଅଭିଭାବକ ଓ ପରିଚାଳନା କମିଟି ପକ୍ଷରୁ ତୀବ୍ର ଅସନ୍ତୋଷ ବ୍ୟକ୍ତ କରାଯାଇଛି।
ଆଠମଲ୍ଲିକ ଉପଖଣ୍ଡ ସଦର ମହକୁମାଠାରୁ ମାତ୍ର ୭ କିଲୋମିଟର ଦୂରରେ ରହିଛି ପୁରୁଣାମାଣତ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ୧୯୩୪ ମସିହାରେ ପ୍ରତିଷ୍ଠିତ ଏହି ଶିକ୍ଷାନୁଷ୍ଠାନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୧୫ ଛାତ୍ରୀଛାତ୍ର ବର୍ତ୍ତମାନ ଅଧ୍ୟୟନ କରୁଛନ୍ତି। ୫ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ସ୍କୁଲରେ ନିଯୁକ୍ତି ପାଇଛନ୍ତି। କିନ୍ତୁ ୫ଟି କୋଠରି ମଧ୍ୟରୁ ୩ଟି ବିପଦସଙ୍କୁଳ ଅବସ୍ଥାରେ ଥିବାରୁ ୨ଟି ଶ୍ରେଣୀଗୃହରେ ୮ଟି ଶ୍ରେଣୀର ପିଲାଙ୍କୁ ପଢ଼ାଯାଉଛି। ଏପରି ଅବ୍ୟବସ୍ଥାର ପ୍ରତିକାର ନିମନ୍ତେ ୨୮ ଅକ୍ଟୋବର ୨୦୧୭ରେ ସ୍କୁଲ ପରିଚାଳନା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦିଆଯାଇଥିଲା। ୬ ଜୁଲାଇ ୨୦୧୯ରେ ଆଠମଲ୍ଲିକ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ୨୫ ନଭେମ୍ବର ୨୦୧୯ରେ ସମ୍ବଲପୁର ଏମ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ହେଲେ ଏଯାଏ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏହି ସ୍କୁଲର ସମସ୍ୟା ନେଇ ବିଭିନ୍ନ ସମୟରେ ଖବର ପ୍ରକାଶ ପରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗଙ୍କ ତରଫରୁ ବ୍ଲକ ଶିକ୍ଷା ଅଧିକାରୀ ଓ ପ୍ରଧାନ ଶିକ୍ଷକଙ୍କ ନିକଟକୁ ୨ ଥର ଚିଠି କରାଯାଇଥିଲା। ତଥାପି ଛାତ୍ରୀଛାତ୍ରମାନଙ୍କ ଶ୍ରେଣୀଗୃହ ସମସ୍ୟାର ସମାଧାନ ହୋଇପାରି ନାହିଁ। ରାଜ୍ୟ ସରକାର ବିଦ୍ୟାଳୟ ଭିତ୍ତିଭୂମିକୁ ଉନ୍ନତ କରିବା ଦିଗରେ ନାନା ପଦକ୍ଷେପ ନେଉଥିବା ବେଳେ ପୁରୁଣାମାଣତ୍ରୀ ସ୍କୁଲ ପ୍ରତି ୫ ବର୍ଷ ହେଲା ଚରମ ଅବହେଳା ପ୍ରଦର୍ଶନ କରାଯାଉଥିବାରୁ ଅଭିଭାବକ ଓ ଗ୍ରାମବାସୀ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ଆଠମଲ୍ଲିକ ବିଡିଓ ସନ୍ତୋଷ କୁମାର ସାହୁ କହିଛନ୍ତି, ବିଦ୍ୟାଳୟ ସ୍ଥିତି ଅନୁଧ୍ୟାନ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri