ପର ପିଣ୍ଡାରେ ପାଠ ପଢୁଛନ୍ତି ପିଲା

ଦଶମନ୍ତପୁର, ୨୭ା୧୨ ( ଡି.ଏନ.ଏ.):ଦୀର୍ଘ ୫ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡିରହିଛି ଅଙ୍ଗନଓ୍ବାଡ଼ି ଗୃହ। ନିଜସ୍ବ ଗୃହ ନ ଥିବାରୁ ଗ୍ରାମର ଭିଭିନ୍ନ ଲୋକଙ୍କ ଘର ପିଣ୍ଡାରେ ପିଲାଙ୍କୁ ବସାଇ ପାଠ ପଢାଉଛନ୍ତି ଅଙ୍ଗନଓ୍ବାଡ଼ି କର୍ମୀ। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଲୁଲା ପଞ୍ଚାୟତର ମିଟକର୍ଲି ଗ୍ରାମରେ। ଏନେଇ ଗ୍ରାମବାସୀ କହନ୍ତି, ଗତ ୨୦୧୭-୧୮ ଆର୍ଥିକ ବର୍ଷରେ ଆମ ଗ୍ରାମରେ ଏକ ଅଙ୍ଗନଓ୍ବାଡି ଗୃହ ନିର୍ମାଣ ଲାଗି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥିପାଇଁ ବ୍ୟୟ ଅଟକଳ ମୂଲ୍ୟ ୭ ଲକ୍ଷ ଟଙ୍କା ରଖାଯାଇଥିଲା। ଏହାର ତଦାରଖ ଦାୟିତ୍ୱରେ ଲୁଲା ପଞ୍ଚାୟତ ପାଇଁ କନିଷ୍ଠ ଯନ୍ତ୍ରୀ ଥିଲେ। ପ୍ରଶାସନର ଅବହେଳା ଯୋଗୁ ଗୃହ କାର୍ଯ୍ୟ ଠିକ୍‌ ସମୟରେ ସରିପାରିନାହିଁ। ଫଳରେ ଶିଶୁ, କିଶୋର କିଶୋରୀ ଓ ଗର୍ଭବତୀ ମହିଳାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗୃହ ନିର୍ମାଣ କାର୍ଯ୍ୟ ଶେଷ କରିବା ଲାଗି ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଜଣାଇ କିଛି ସୁଫଳ ମିଳିନାହିଁ। କୌଣସି ବିକଳ୍ପ ନ ପାଇ ଗ୍ରାମର ବିଭିନ୍ନ ଲୋକଙ୍କ ପିଣ୍ଡାରେ ଅଙ୍ଗନଓ୍ବାଡି କର୍ମୀ ଭଜନ୍ତି ଭତ୍ରା ପାଠ ପଢାଉଛନ୍ତି। ଏସମ୍ପର୍କରେ କନିଷ୍ଠଯନ୍ତ୍ରୀ ହଳଧର ସିଅଲଙ୍କୁ ପଚାରିବାକୁ ତାଙ୍କ ଫୋନ ଯୋଗେ ଯୋଗାଯୋଗ କରିଥିଲେ ମଧ୍ୟ ତାଙ୍କ ଫୋନ ଲାଗି ନ ଥିଲା। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ସବନା ସାଉନ୍ତା, ଯଦୁ ସାଉନ୍ତା, ଶ୍ୟାମ ସାଉନ୍ତା, ରାମଦାସ ମୁଦୁଲି, ହାଡୁ ଦିଶାରି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?