୯ ମାସ ହେଲା ଧୂଳି ଖାଉଛି ପିଏମ୍‌ କେୟାର୍ସର ୨୫ ଭେଣ୍ଟିଲେଟର…

ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ଯୋଗାଇ ଦିଆଯାଇଥିବା ଭେଣ୍ଟିଲେଟର ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲଗାତାର ବିବାଦ ଘେରରେ ଫଶିବାରେ ଲାଗିଛନ୍ତି। ଏବେ ବିହାର ଦରଭଙ୍ଗାରେ ଥିବା ମେଡ଼ିକାଲ କଲେଜକୁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ୨୫ଟି ଭେଣ୍ଟିଲେଟର ଯୋଗାଇ ଦିଆଯାଇଥିଲା। ମାତ୍ର ଇତିମଧ୍ୟରେ ୯ ମାସ ବିତିଗଲେ ବି ଭେଣ୍ଟିଲେଟରଗୁଡ଼ିକ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ରାଜ୍ୟରେ ଭେଣ୍ଟିଲେଟର ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହୋଇ ନ ପାରିବାରୁ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। କିନ୍ତୁ ଭେଣ୍ଟିଲେଟରଗୁଡ଼ିକ ପଡ଼ି ରହି ଧୂଳି ଖାଉଛି। ଦରଭଙ୍ଗା ମେଡ଼ିକାଲ କଲେଜ ଅଧୀକ୍ଷକ ଡ. ମଣି ଭୂଷଣ ଶର୍ମାଙ୍କ ଅନୁସାରେ ଭେଣ୍ଟିଲେଟରଗୁଡ଼ିକ ଡ୍ରାଏ-ରନ୍‌ରେ ଅସଫଳ ହେବାରୁ ଆଇସିୟୁରେ ବ୍ୟବହାର କରାଯାଇ ପାରୁନାହିଁ। ଏଭଳି ଭେଣ୍ଟିଲେଟରରେ ରୋଗୀଙ୍କୁ ରଖିବା ବିପଦ ଜନକ ବୋଲି ସେ କହିଛନ୍ତି। ଅପରପକ୍ଷରେ ସ୍ଥାନୀୟ ଭାଜପା ବିଧାୟକ ସଞ୍ଜୟ ସରାଓଗି ଏନେଇ ଦରଭଙ୍ଗା ମେଡ଼ିକାଲ କଲେଜ ପ୍ରଶାସନକୁ ଦୋଷ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri