ଦୀର୍ଘବର୍ଷ ହେଲା ହୋଇନି ବାବୁମାନଙ୍କ ବଦଳି

ଅନୁଗୋଳ ଅଫିସ, ୧୧।୬ ଗୋଟିଏ ଚୌକିରେ ସରକାରଙ୍କ କୌଣସି କର୍ମଚାରୀ ଅଧିକ ବର୍ଷ ରହିପାରିବେ ନାହିଁ। ଏହା ହେଲେ ସ୍ବଚ୍ଛତାରେ ବାଧା ଉପୁଜିବ। ତେଣୁ ଦୀର୍ଘବର୍ଷ ଧରି ଗୋଟିଏ ଚୌକିରେ ବସିଥିବା କର୍ମଚାରୀମାନଙ୍କୁ ବଦଳି କରିବାକୁ ସରକାରୀ ନିର୍ଦ୍ଦେଶନାମା ରହିଛି। ଏପରି କି ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ମଧ୍ୟ କୁହାଯାଇଛି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉକ୍ତ ସରକାରୀ ନିର୍ଦ୍ଦେଶନାମାକୁ ଠିକ୍‌ ଭାବେ ପାଳନ କରାଯାଉ ନାହିଁ। କାରଣ ଏଠାରେ କେଉଁ ବାବୁ ୧୦ ବର୍ଷ ରହିଲେଣି ତ ଆଉ କେଉଁ ବାବୁ ୩୧ ବର୍ଷ ଗୋଟିଏ ଚୌକିରେ ବସିସାରିଲେଣି। ହେଲେ ଏମାନଙ୍କୁ ବଦଳି କରିବାକୁ ସ୍ବାସ୍ଥ୍ୟ ପ୍ରଶାସନ ପଛଘୁଞ୍ଚା ଦେଉଥିବା ଅଭିଯୋଗ ହେଉଛି।
ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟରେ ଥିବା ଜଣେ ବାବୁ ୧୩ ବର୍ଷ ହେବ ଗୋଟିଏ ଚୌକିରେ ବସିଛନ୍ତି। ସେହିପରି ଅନ୍ୟ ଏକ ବିଭାଗରେ କାର୍ଯ୍ୟ କରୁଥିବା ଜଣେ ବାବୁ ୧୯୯୧ରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ରହିଛନ୍ତି। ଅନ୍ୟ ଜଣେ ୨୦୧୨ରୁ, ୨ଜଣ ୨୦୧୩ରୁ, ଜଣେ ୨୦୧୪ରୁ, ଆଉ ଜଣେ ୨୦୧୭ରୁ ଏଠାରେ ଗୋଟିଏ ଚୌକି ମାଡ଼ିବସିଥିଲେ ମଧ୍ୟ ବଦଳି ହେଉନାହିଁ। ଜିଲାରେ ଥିବା ୩ଟି ଉପଖଣ୍ଡ ଓ ୮ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା କେତେଜଣ ଜୁନିୟର ଆସିଷ୍ଟାଣ୍ଟ ଓ ସିନିୟର ଆସିଷ୍ଟାଣ୍ଟ ଅନ୍ୟତ୍ର ବଦଳି ହୋଇଯିବାକୁ ଦୀର୍ଘ ଦିନ ହେବ ଆବେଦନ କରିଛନ୍ତି। କିଏ ପାରିବାରିକ ସମସ୍ୟା କାରଣ ଦର୍ଶାଇଛନ୍ତି ତ ଆଉ କିଏ ବ୍ୟକ୍ତିଗତ ସମସ୍ୟା ଦର୍ଶାଇ ବଦଳି ହେବାକୁ ଚାହଁୁଛନ୍ତି। କିନ୍ତୁ ଜିଲା ସ୍ବାସ୍ଥ୍ୟ ପ୍ରଶାସନ ଏହାକୁ କର୍ଣ୍ଣପାତ କରୁନାହିଁ। ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ କହିଥିଲେ, ବଦଳି ଋତୁ ଆସିଲେ ଏମାନଙ୍କର ବଦଳି ହେବ। କିନ୍ତୁ କେବେ ବାବୁମାନଙ୍କୁ ଅନ୍ୟତ୍ର ପଠାଯିବ ତାହା ବୁଦ୍ଧିଜୀବୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି, ପୂର୍ବରୁ କୋଭିଡ୍‌ ପାଇଁ ବଦଳି ହୋଇ ନ ଥିଲା। ଏବେ ବଦଳି ସିଜିନ୍‌ ଚାଲିଥିବାରୁ ସେମାନଙ୍କୁ ଖୁବ୍‌ଶୀଘ୍ର ବଦଳି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?