ମାସେ ହେଲା ଅନ୍ଧାରରେ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ

ଦଶମନ୍ତପୁର,୨୪।୪(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଏକ ମାସ ହେଲା ବିଦ୍ୟୁତ୍‌ ନ ଥାଇ ଅନ୍ଧାରରେ ରହିଛି। ବିଦ୍ୟୁତ ବିଲ୍‌ ବକେୟା ପଡ଼ିଥିବା ବାହାନାରେ ବିଭାଗୀୟ କର୍ମଚାରୀ ବିନା ନୋଟିସରେ କାର୍ଯ୍ୟାଳୟରେ କାହାକୁ ନ କହି ଛୁଟିଦିନରେ ବିଦ୍ୟୁତ୍‌ ସଂଯୋଗ କାଟିଦେଇଥିବା ଶିଶୁ ବିକାଶ କାର୍ଯ୍ୟାଳୟ ପକ୍ଷରୁ ଅଭିଯୋଗ କରାଯାଇଛି। ଅଫିସରେ ବିଦ୍ୟୁତ୍‌ ସଂଯୋଗ ନ ଥିବାରୁ ସରକାରୀ କାର୍ଯ୍ୟ ଠପ୍‌ ହୋଇଯାଇଛି। ବିଭିନ୍ନ କାର୍ଯ୍ୟରେ ଆସୁଥିବା ହିତାଧିକାରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରତିଦିନ ଅନ୍‌ଲାଇନରେ ମାଆ ଓ ଶିଶୁମାନଙ୍କ ଖାଦ୍ୟ ସାମଗ୍ରୀ ଓ ମମତା ଯୋଜନାର କାର୍ଯ୍ୟ ହୋଇଥାଏ। ମାତ୍ର ବିଦ୍ୟୁତ୍‌ ନ ଥିବାରୁ ଏହି କାର୍ଯ୍ୟଗୁଡ଼ିକ ହୋଇପାରୁନାହିଁ। ଏନେଇ ସିଡିପିଓ ମମତାରାଣୀ ଦାସଙ୍କୁ ପଚାରିବାରୁ ସେ କହିଛନ୍ତି, ଗତ ଫେବୃୟାରୀରେ ୨୯ ହଜାର ଟଙ୍କା ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରାଯାଇଥିଲା। ଆମ ଅଫିସର ଆଉ ବିଦ୍ୟୁତ୍‌ ବିଲ୍‌ ବକେୟା ଥିବା ନେଇ ବିଦ୍ୟୁତ୍‌ ବିଭାଗ କୌଣସି ସୂଚନା ପୂର୍ବରୁ ଦେଇନାହାନ୍ତି। କାର୍ଯ୍ୟ ଦିବସରେ ବିଦ୍ୟୁତ୍‌ ସଂଯୋଗ ନ କାଟି ଏକ ଛୁଟିଦିନରେ କାଟି ଦେଇଛନ୍ତି। ବିଦ୍ୟୁତ୍‌ ସଂଯୋଗ ନ ଦେଲେ ଆଗକୁ ଜିଲାପାଳଙ୍କୁ ଜଣାଇବେ ବୋଲି ଦାସ କହିଛନ୍ତି। ଏନେଇ ଦଶମନ୍ତପୁର ଲାଇନମ୍ୟାନ ଗୋପୀନାଥ ଖଟାଇଙ୍କୁ ପଚାରିବାରୁ ଏ ସମ୍ପର୍କରେ ସେ ଉପରସ୍ଥ ଅଧିକାରୀଙ୍କୁ ଜଣାଇଛନ୍ତି। ବିଭାଗ ବିଦ୍ୟୁତ୍‌ ବିଲ୍‌ ପୈଠ ନ କଲେ ବିଦ୍ୟୁତ୍‌ ସଂଯୋଗ ନ ଦେବାକୁ ନିର୍ଦ୍ଦେଶ ଦେଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri