ଇସ୍ରାଏଲ, ହମାସ ଯୁଦ୍ଧକୁ ପୂରଣ ହେଲା ମାସେ

ଜେରୁଜେଲମ,୭।୧୧: ଆଜି ଅର୍ଥାତ୍‌ ନଭେମ୍ବର ୭ରେ, ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧର ଏକ ମାସ ପୂରଣ ହୋଇଛି। ତଥାପି, ଏହି ଶେଷ ହେବା ପରି ମନେ ହେଉନାହିଁ। ଅକ୍ଟୋବର ୨୦,୨୦୨୩ରେ ହମାସ ହଠାତ୍‌ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲା, ଯେଉଁଥିରେ ଅତି କମରେ ୧୪୦୦ ଇସ୍ରାଏଲ ନାଗରିକ ନିହତ ହୋଇଥିଲେ ଏବଂ ହମାସ ଯୋଦ୍ଧାମାନେ ୨୪୦ ଲୋକଙ୍କୁ ବନ୍ଧକ ରଖିଥିଲେ। ଏହି ଆକ୍ରମଣ ପରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯୁଦ୍ଧ ଘୋଷଣା କରିଥିଲେ ଏବଂ ହମାସର ଅସ୍ତିତ୍ୱ ବିଲୋପ କରିବାକୁ ମଧ୍ୟ ଶପଥ ନେଇଥିଲେ। ସେହି ଦିନଠାରୁ ଇସ୍ରାଏଲ ସୈନ୍ୟବାହିନୀ ଗାଜା ଅଞ୍ଚଳରେ ପ୍ରବେଶ କରି ହମାସ ସ୍ଥିତିକୁ ଟାର୍ଗେଟ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଇସ୍ରାଏଲ ସୈନ୍ୟବାହିନୀ ଗାଜା ଷ୍ଟ୍ରିପ ଉପରେ ଅଗଣିତ ବୋମା ବର୍ଷା କରିଛନ୍ତି ଯେଉଁଥିରେ ୧୦ହଜାରରୁ ଅଧିକ ପାଲେଷ୍ଟାଇନୀୟଙ୍କର ମୃତ୍ୟୁ ଘଟିଛି।

ଗାଜା ଉପରେ ହୋଇଥିବା ଆକ୍ରମଣ ବିରୁଦ୍ଧରେ ସାରା ବିଶ୍ୱରେ ବିରୋଧ ପ୍ରଦର୍ଶନ କରାଯାଉଛି ଏବଂ ଯୁଦ୍ଧ ବନ୍ଦ କରିବାକୁ ଦାବି ରହିଛି, କିନ୍ତୁ ଯୁଦ୍ଧ ବିରତି ଉଲ୍ଲଂଘନ ହେବାର ସମ୍ଭାବନା ନାହିଁ। ଏୟାର ଷ୍ଟ୍ରାଇକ ପରେ ଇସ୍ରାଏଲ ବର୍ତ୍ତମାନ ଗାଜା ଅଞ୍ଚଳରେ ଗ୍ରାଉଣ୍ଡ ଅପରେସନ ଆରମ୍ଭ କରିଛି। ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅକ୍ଟୋବର ୭ରୁ ଗାଜାରେ ପ୍ରାୟ ୧୦,୦୦୦ଲୋକଙ୍କର ମୃତ୍ୟୁ ଘଟିଛି। ନିହତମାନଙ୍କ ମଧ୍ୟରୁ ଅଧିକାଂଶ ମହିଳା ଏବଂ ଶିଶୁ। ଏହା ସହିତ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୨୫,୦୦୦ ଲୋକ ଆହତ ହୋଇଛନ୍ତି ଏବଂ ହଜାର ହଜାର ଲୋକ ନିଖୋଜ ଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri