ମାସେ ହେଲା ନଳକୂପ ଅଚଳ, ନଦୀପାଣି ଉପରେ ଭରସା

ଆନନ୍ଦପୁର/କଣ୍ଟିପାଳ,୨।୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ କଣ୍ଟିପାଳ ପଞ୍ଚାୟତ ବରବେଡ଼ା ସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସର୍ବସାଧାରଣରେ ବ୍ୟବହାର ପାଇଁ ଥିବା ନଳକୂପ ମାସେ ହେଲା ଅଚଳ ହୋଇପଡିଛି। ନୂଆ ନଳକୂଅର ଖୋଳା କାର୍ଯ୍ୟ ୨ମାସ ହେବ ଶେଷ ହୋଇଥିଲେ ମଧ୍ୟ ଅଦ୍ୟାବଧି କାର୍ଯ୍ୟକ୍ଷମ ହୋଇପାରୁନାହିଁ। ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଜନସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗକଲେ ଜିନିଷ ନାହିଁ , ନୂଆ ନଳକୂଅ ଲଗାଯାଇ ହୋଇପାରୁ ନ ଥିବା କହୁଛନ୍ତି। ଫଳରେ ଲୋକମାନେ ବାଧ୍ୟ ହୋଇ ନିକଟସ୍ଥ ଘାଗରା ନଦୀରୁ ପାଣି ଆଣି ବ୍ୟବହାର କରୁଛନ୍ତି।
ବ୍ଲକ ଅଫିସ୍‌ରେ ଜଣାଇଛୁ, ପଞ୍ଚାୟତରେ ଜଣାଇଛୁ। ସର୍ବସାଧାରଣଙ୍କ ପାନୀୟ ଜଳ ସୁବିଧା ପାଇଁ କିଛି ବ୍ୟବସ୍ଥ କରାଯାଉ ନାହିଁ କି ଅଚଳ ନଳକୂପକୁ ସଜଡ଼ା ଯାଉନାହିଁ। ଫଳରେ ଲୋକେ ନାଳରୁ ପାଣି ଆଣି ବ୍ୟବହାର କରୁଥିବା ବରବେଡ଼ା ସାହିର ଜ୍ୟୋତ୍ସ୍ନାରାଣୀ ଖଣ୍ଡ ପ୍ରକାଶ କରିଛନ୍ତି। ସେହିପରି ଗ୍ରାମର ତାପସୀ ନାଏକ କହିଛନ୍ତି, ପାନୀୟ ଜଳ ପାଇଁ ଆମେ ବହୁ ହିନସ୍ତା ହେଉଛୁ। ଘାଗରା ନାଳରୁ ପାଣି ଆଣି ଚଳୁଛୁ। ନୂଆ ନଳକୂପ ଖୋଲାଯାଇଛି। ହେଲେ କାର୍ଯ୍ୟକ୍ଷମ ହୋଇନାହିଁ। ଅଭିଯୋଗ କଲେ ଆବଶ୍ୟକ ସରଞ୍ଜାମ ନ ଥିବା କହୁଛନ୍ତି। ଏନେଇ ଜିଲା ପ୍ରଶାସନ ତୁରନ୍ତ ସମାଧାନ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri