ମାସେ ହେଲା ନଳକୂପ ଅଚଳ, ନଦୀପାଣି ଉପରେ ଭରସା

ଆନନ୍ଦପୁର/କଣ୍ଟିପାଳ,୨।୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ କଣ୍ଟିପାଳ ପଞ୍ଚାୟତ ବରବେଡ଼ା ସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସର୍ବସାଧାରଣରେ ବ୍ୟବହାର ପାଇଁ ଥିବା ନଳକୂପ ମାସେ ହେଲା ଅଚଳ ହୋଇପଡିଛି। ନୂଆ ନଳକୂଅର ଖୋଳା କାର୍ଯ୍ୟ ୨ମାସ ହେବ ଶେଷ ହୋଇଥିଲେ ମଧ୍ୟ ଅଦ୍ୟାବଧି କାର୍ଯ୍ୟକ୍ଷମ ହୋଇପାରୁନାହିଁ। ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଜନସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗକଲେ ଜିନିଷ ନାହିଁ , ନୂଆ ନଳକୂଅ ଲଗାଯାଇ ହୋଇପାରୁ ନ ଥିବା କହୁଛନ୍ତି। ଫଳରେ ଲୋକମାନେ ବାଧ୍ୟ ହୋଇ ନିକଟସ୍ଥ ଘାଗରା ନଦୀରୁ ପାଣି ଆଣି ବ୍ୟବହାର କରୁଛନ୍ତି।
ବ୍ଲକ ଅଫିସ୍‌ରେ ଜଣାଇଛୁ, ପଞ୍ଚାୟତରେ ଜଣାଇଛୁ। ସର୍ବସାଧାରଣଙ୍କ ପାନୀୟ ଜଳ ସୁବିଧା ପାଇଁ କିଛି ବ୍ୟବସ୍ଥ କରାଯାଉ ନାହିଁ କି ଅଚଳ ନଳକୂପକୁ ସଜଡ଼ା ଯାଉନାହିଁ। ଫଳରେ ଲୋକେ ନାଳରୁ ପାଣି ଆଣି ବ୍ୟବହାର କରୁଥିବା ବରବେଡ଼ା ସାହିର ଜ୍ୟୋତ୍ସ୍ନାରାଣୀ ଖଣ୍ଡ ପ୍ରକାଶ କରିଛନ୍ତି। ସେହିପରି ଗ୍ରାମର ତାପସୀ ନାଏକ କହିଛନ୍ତି, ପାନୀୟ ଜଳ ପାଇଁ ଆମେ ବହୁ ହିନସ୍ତା ହେଉଛୁ। ଘାଗରା ନାଳରୁ ପାଣି ଆଣି ଚଳୁଛୁ। ନୂଆ ନଳକୂପ ଖୋଲାଯାଇଛି। ହେଲେ କାର୍ଯ୍ୟକ୍ଷମ ହୋଇନାହିଁ। ଅଭିଯୋଗ କଲେ ଆବଶ୍ୟକ ସରଞ୍ଜାମ ନ ଥିବା କହୁଛନ୍ତି। ଏନେଇ ଜିଲା ପ୍ରଶାସନ ତୁରନ୍ତ ସମାଧାନ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri