ଦୁଇବର୍ଷ ହେଲା ଅନ୍ଧାର

କେନ୍ଦୁଝର, ୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକର ଜୁଆଙ୍ଗ ଜନଜାତି ବହୁଳ ମେଦିନପୁର ଓ ଭେଜଡିହି ଗଁ। ଦୀର୍ଘ ଦୁଇବର୍ଷ ହେବ ବିଦ୍ୟୁତ୍‌ ଆଲୋକ ନାହିଁ। ଫଳରେ ୨ ଗାଁର ଲୋକେ ଅନ୍ଧାରରେ ରହୁଛନ୍ତି। ଏଥିପାଇଁ ସେମାନଙ୍କୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ବିଜୁଳି ଆଲୋକ ସେମାନଙ୍କ ପାଇଁ ଉପହାସ ପାଲଟିଛି ବୋଲି ସାଧାରଣରେ କୁହାଯାଇଛି।

ବଣ ଜଙ୍ଗଲ ପରିବେଷ୍ଟିତ ଏହି ଦୁଇ ଗାଁ ରେ ଶତାଧିକ ପରିବାର ବସବାସ କରୁଛନ୍ତି। ହାତୀ, ଅନ୍ୟ ବନ୍ୟଜନ୍ତୁ, ସରୀସୃପ ଆଦି ଭୟ ଲାଗି ରହିଥାଏ। ଦୁଇ ବର୍ଷ ତଳେ ବଜ୍ରପାତରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପୋଡ଼ିଯିବା ପରଠାରୁ ଗାଁ ଅନ୍ଧାରରେ ରହିଛି। ସେବେଠାରୁ ଗ୍ରାମବାସୀ ବିଜୁଳି ଆଲୋକ ପାଇବାରୁ ବଞ୍ଚିତ ହୋଇଛନ୍ତି। ଗାଁକୁ ଚାରିପାର୍ଶ୍ୱରୁ ଜଙ୍ଗଲ ଘେରି ରହିଥିବାରୁ ସନ୍ଧ୍ୟାରେ ଘରୁ ବାହାରିବା ପାଇଁ ଭୟ କରୁଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ନେଇ ସେମାନେ ବାରମ୍ବାର ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ପାଉ ନ ଥିବାରୁ ଜିଲାପାଳଙ୍କ ହସ୍ତକ୍ଷେପ ଦାବି କରିଛନ୍ତି। ଅପରପକ୍ଷେ ଜଣେ ବିଦ୍ୟୁତ୍‌ ବିଭାଗର କର୍ମଚାରୀ କହି ପର୍ଯ୍ୟାୟକ୍ରମେ ଟ୍ରାନ୍ସଫର୍ମର ବସାଇବା ପାଇଁ ପ୍ରାୟ ତେର ହଜାର ଟଙ୍କା ଠକି ନେଇଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି। ଲକଡାଉନ ସମୟରେ ସରକାର ଅନ୍‌ଲାଇନରେ ପିଲାଙ୍କ ପାଠପଢା ବ୍ୟବସ୍ଥା କରିଥିଲେ। ହେଲେ ଏହି ଦୁଇ ଗ୍ରାମର ପିଲାମାନେ ଏଥିରୁ ବଞ୍ଚିତ ହୋଇଥିଲେ। ପାଠ ପଢ଼ିବାକୁ ଆଗ୍ରହ ରଖିଥିବା ପିଲାମାନଙ୍କ ପାଇଁ ଡିବିରି ଏବଂ ଲଣ୍ଠନ ଏକମାତ୍ର ଭରସା ପାଲଟିଛି। ଏଭଳି ସମସ୍ୟା ଜାରି ରହିଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ହୋଇଯାଉଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ରାମଚନ୍ଦ୍ର କିସ୍କୁଙ୍କୁ ପଚାରିବାରୁ ସମସ୍ୟା ସମାଧାନ ଲାଗି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri