୨ ବର୍ଷ ହେଲା ପ୍ରିଣ୍ଟ ହୋଇନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ,୧୬ ।୩

କେନ୍ଦ୍ର ସରକାର ନଭେମ୍ବର ୨୦୧୬ ରେ ନୂଆ ବିମୁଦ୍ରୀକରଣ ନିୟମ ଲାଗୁ କରିଥିଲେ। ଫଳରେ ଦେଶରେ ଆଉ ପୁରୁଣା ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ୍‌ର ପ୍ରଚଳନ ହୋଇପାରିବ ନାହିଁ ବୋଲି ସରକାର ଘୋଷଣା କରିଥିଲେ। ବିମୁଦ୍ରୀକରଣ ପରେ ଦେଶରେ ନୂଆ ୫୦୦ ଏବଂ ୨୦୦୦ ଟଙ୍କିଆ ନୋଟ୍‌ର ପ୍ରଚଳନ ଆରମ୍ଭ ହୋଇଥିଲା। ସେହି ସମୟରେ ଯାହା ପ୍ରିଣ୍ଟ କରାଯାଇଥିଲା ସେହି ନୂଆ ୨୦୦୦ଟଙ୍କିଆ ବଜାରରେ ବିତରଣ ହେଉଛି। ଗତ ଦୁଇ ବର୍ଷ ମଧ୍ୟରେ ନୂଆ ୨ ହଜାର ଟଙ୍କିଆ ନୋଟ୍‌ ଆଉ ଛାପା ହୋଇ ନ ଥିବା ସରକାରଙ୍କ ପକ୍ଷରୁ ଲୋକ ସଭାରେ କୁହାଯାଇଛି। ବର୍ତ୍ତମାନ ନୂଆ ୨୦୦୦ ଟଙ୍କିଆ ପ୍ରଚଳନ ବନ୍ଦ କରିବାକୁ ସରକାର ପ୍ରସ୍ତୁତ ହେଉଥିବା ଜାତୀୟ ଗଣମାଧ୍ୟମରେ ଜୋର୍‌ଦାର ଚର୍ଚ୍ଚା ହେଉଛି ।
କେନ୍ଦ୍ର ସରକାରଙ୍କ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ୨୦୧୮ ମାର୍ଚ୍ଚ ୩୦ ସୁଦ୍ଧା ୩,୩୬୨ ନିୟୁତ ୨ହଜାର ଟଙ୍କିଆ ନୋଟ୍‌ ବଜାରରେ ପ୍ରଚଳିତ ଥିଲା। ୨୦୨୧ ଫେବୃୟାରୀ ୨୬ ସୁଦ୍ଧା ମାର୍କେଟରେ ୨୪୯୯ ଖଣ୍ଡ ୨ ହଜାର ଟଙ୍କିଆ ନୋଟ୍‌ ପ୍ରଚଳିତ ହେଉଥିଲ। ସେହିଭଳି ଠାକୁର କହିଛନ୍ତି, କେଉଁ ମୂଲ୍ୟର ନୋଟ୍‌ ହେଲେ ଲୋକଙ୍କ ବ୍ୟବହାର ଓ କାରବାର ସହଜ ହେବା ସହ ସେମାନଙ୍କ ଚାହିଦା ପୂରଣ ହୋଇପାରିବ ତାହା ଆର୍‌ବିଆଇ ଧାର୍ଯ୍ୟ କରେ। ୨୦୧୯-୨୦ ଏବଂ ୨୦୨୦-୨୧ରେ ୨୦୦୦ ଟଙ୍କିଆ ନୋଟ୍‌ ଛାପାଇବା ପାଇଁ ଅର୍ଡର ଦିଆଯାଇ ନାହିଁ।
ସେହିପରି ୨୦୧୯ରେ ଆର୍‌ବିଆଇ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆର୍ଥିକ ବର୍ଷ ୨୦୧୬-୧୭ରେ ୩୫୪.୨୯୯୧ କୋଟି ନୋଟ୍‌ ଛାପାଯାଇଥିଲା। ୨୦୧୭-୧୮ରେ ମାତ୍ର ୧୧.୧୫୦୭ କୋଟି ଏବଂ ୨୦୧୮-୧୯ରେ ୪.୬୬୯ କୋଟି ନୋଟ୍‌ ପ୍ରିଣ୍ଟ ହୋଇଥିବା ବେଳେ ଏପ୍ରିଲ ୨୦୧୯ ପରେ ଆଉ ନୂଆ ନୋଟ୍‌ ଛାପାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?