ଦୁଇବର୍ଷ ହେଲା ଅନ୍ଧାର

କେନ୍ଦୁଝର, ୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକର ଜୁଆଙ୍ଗ ଜନଜାତି ବହୁଳ ମେଦିନପୁର ଓ ଭେଜଡିହି ଗଁ। ଦୀର୍ଘ ଦୁଇବର୍ଷ ହେବ ବିଦ୍ୟୁତ୍‌ ଆଲୋକ ନାହିଁ। ଫଳରେ ୨ ଗାଁର ଲୋକେ ଅନ୍ଧାରରେ ରହୁଛନ୍ତି। ଏଥିପାଇଁ ସେମାନଙ୍କୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ବିଜୁଳି ଆଲୋକ ସେମାନଙ୍କ ପାଇଁ ଉପହାସ ପାଲଟିଛି ବୋଲି ସାଧାରଣରେ କୁହାଯାଇଛି।

ବଣ ଜଙ୍ଗଲ ପରିବେଷ୍ଟିତ ଏହି ଦୁଇ ଗାଁ ରେ ଶତାଧିକ ପରିବାର ବସବାସ କରୁଛନ୍ତି। ହାତୀ, ଅନ୍ୟ ବନ୍ୟଜନ୍ତୁ, ସରୀସୃପ ଆଦି ଭୟ ଲାଗି ରହିଥାଏ। ଦୁଇ ବର୍ଷ ତଳେ ବଜ୍ରପାତରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପୋଡ଼ିଯିବା ପରଠାରୁ ଗାଁ ଅନ୍ଧାରରେ ରହିଛି। ସେବେଠାରୁ ଗ୍ରାମବାସୀ ବିଜୁଳି ଆଲୋକ ପାଇବାରୁ ବଞ୍ଚିତ ହୋଇଛନ୍ତି। ଗାଁକୁ ଚାରିପାର୍ଶ୍ୱରୁ ଜଙ୍ଗଲ ଘେରି ରହିଥିବାରୁ ସନ୍ଧ୍ୟାରେ ଘରୁ ବାହାରିବା ପାଇଁ ଭୟ କରୁଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ନେଇ ସେମାନେ ବାରମ୍ବାର ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ପାଉ ନ ଥିବାରୁ ଜିଲାପାଳଙ୍କ ହସ୍ତକ୍ଷେପ ଦାବି କରିଛନ୍ତି। ଅପରପକ୍ଷେ ଜଣେ ବିଦ୍ୟୁତ୍‌ ବିଭାଗର କର୍ମଚାରୀ କହି ପର୍ଯ୍ୟାୟକ୍ରମେ ଟ୍ରାନ୍ସଫର୍ମର ବସାଇବା ପାଇଁ ପ୍ରାୟ ତେର ହଜାର ଟଙ୍କା ଠକି ନେଇଥିବା ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି। ଲକଡାଉନ ସମୟରେ ସରକାର ଅନ୍‌ଲାଇନରେ ପିଲାଙ୍କ ପାଠପଢା ବ୍ୟବସ୍ଥା କରିଥିଲେ। ହେଲେ ଏହି ଦୁଇ ଗ୍ରାମର ପିଲାମାନେ ଏଥିରୁ ବଞ୍ଚିତ ହୋଇଥିଲେ। ପାଠ ପଢ଼ିବାକୁ ଆଗ୍ରହ ରଖିଥିବା ପିଲାମାନଙ୍କ ପାଇଁ ଡିବିରି ଏବଂ ଲଣ୍ଠନ ଏକମାତ୍ର ଭରସା ପାଲଟିଛି। ଏଭଳି ସମସ୍ୟା ଜାରି ରହିଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ହୋଇଯାଉଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ରାମଚନ୍ଦ୍ର କିସ୍କୁଙ୍କୁ ପଚାରିବାରୁ ସମସ୍ୟା ସମାଧାନ ଲାଗି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri