ତାମାଙ୍ଗିକୁ ବର୍ଷେ ହେଲା ଚାଲିନି ବସ୍‌

ଦାରିଙ୍ଗବାଡି,୧୨।୭(ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ ପୋଲ ନିର୍ମାଣରେ ବିଳମ୍ବ ହେବାରୁ ଗତ ୧ ବର୍ଷ ହେଲା ବସ ଚଳାଚଳ ବନ୍ଦ ହୋଇଯାଇଛି । ଫଳରେ ତାମାଙ୍ଗି ଗ୍ରାମ ସମେତ କୁମ୍ଭାରିପଦର, ପୀଡ଼ିକାରିପି, ଗ୍ରାମ ଓ ପର୍ଯ୍ୟଟନ କ୍ଷେତ୍ର ଋଷିମାଳକୁ ପର୍ଯ୍ୟଟକ ଓ ଅଞ୍ଚଳବାସୀ ଯାତାୟାତରେ ସମସ୍ୟା ଦେଖାଦେଇଛି। ଦୀର୍ଘ ଏକ ବର୍ଷ ହେଲା ଫୁଲବାଣୀଠାରୁ ବ୍ରାହ୍ମଣୀଗାଁ ଦେଇ ତାମାଙ୍ଗି ଗ୍ରାମକୁ ଯାତାୟାତ କରୁଥିବା ସରକାରୀ ବସ ବନ୍ଦ ହୋଇଯାଇଛି ବୋଲି ଗ୍ରାମର ତତ୍କାଳୀନ ସମିତିସଭ୍ୟ ଉପେନ୍ଦ୍ର ବଳିୟାରସିଂ କହିଛନ୍ତି। ଏନେଇ ବାରମ୍ବାର ଜିଲା ପ୍ରଶାସନକୁ ଜଣାଇଥିଲେ ସୁଦ୍ଧା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେହିପରି ଯେଉଁ ଦୁଇଟି ପୋଲ ନିର୍ମାଣ କାର୍ଯ୍ୟ ଚାଲିଛି ତାହା ଅତି ନିମ୍ନମାନର କାର୍ଯ୍ୟ କରାଯାଉଛି। ଗୋଟିଏ ପୋଲରେ ସଂଯୋଗୀକରଣ ରାସ୍ତା ନିର୍ମାଣ ଚାଲିଥିବା ବେଳେ ଗାର୍ଡୱାଲ କରାଯାଇନାହିଁ, ଫଳରେ ପ୍ରବଳ ବର୍ଷା ହେଲେ ବର୍ଷା ଜଳରେ ସଂଯୋଗୀକରଣ ରାସ୍ତାଟି ଧୋଇହୋଇ ଯିବା ଆଶଙ୍କା ଉପୁଜିଛି। ଉକ୍ତ କାର୍ଯ୍ୟକୁ ଠିକ ଭାବେ ବିଭାଗ ତଦାରଖ କରୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ସେହିପରି ଅନ୍ୟ ପୋଲରେ କେବଳ ଛାତ ପକାଇ ଛାଡିଦିଆଯାଇଥିବା ବେଳେ ତାହା ଅତି ନିମ୍ନମାନର ବୋଲି ତାମାଙ୍ଗିବାସୀ କହିଛନ୍ତି। ଆଗକୁ ପ୍ରବଳ ବର୍ଷା ହେଲେ ତାମାଙ୍ଗି ଗ୍ରାମକୁ ଅଟୋ, ବାଇକ ମଧ୍ୟ ଯାତାୟାତ ବାଧାପ୍ରାପ୍ତ ହେବ ବୋଲି ଅଞ୍ଚଳବାସୀ ଆଶଙ୍କା କରିଛନ୍ତି। ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକଙ୍କୁ ପଚାରିବାରୁ ଉକ୍ତ କାର୍ଯ୍ୟ ଦେଖି ଉଚିତ ପଦକ୍ଷେପ ନେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri