ଫୋନ୍‌ରେ ଗପିବା ପଡ଼ିଲା ମହଙ୍ଗା: ଜଣଙ୍କୁ ୨ ଥର ଦେଲେ କରୋନା ଟିକା

କାନପୁର,୩।୪: ଭାରତରେ କରୋନାର ଦୋହରା ସଂକ୍ରମଣ ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଦେହାତ ଅଞ୍ଚଳରେ ଜଣେ ଏଏନ୍‌ଏମ୍‌ ମୋବାଇଲ୍‌ରେ ଗପୁଥିବା ସମୟରେ ଭୁଲରେ ୨ ଥର କରୋନା ଟିକା ଦେଇଛନ୍ତି। କମଳେଶ ଦେବୀ ନାମକ ଜଣେ ମହିଳାଙ୍କୁ ଥରେ ନୁହେଁ ଦୁଇଥର ଟିକା ଦିଆଯାଇଛି। ପ୍ରଥମେ ଏଏନ୍‌ଏମ୍‌ ମୋବାଇଲ୍‌ ଗପିଗପି ଟିା ଦେଇଥିଲେ। କମଳେଶ ସେଠାରେ ବସି ରହିଥିଲେ। ଏଏନ୍‌ଏମ୍‌ ତାଙ୍କୁ ସେଠାରୁ ଯିବାକୁ କହି ନ ଥିଲେ। ଏହାର କିଛି ସମୟ ପରେ ସେ ପୁଣି କମଳେଶଙ୍କୁ ଟିକା ଦେଇଥିଲେ। କମଳେଶ ଟିକା ପୂର୍ବରୁ ନେଇଥିବା କହିବାରୁ ଏଏନ୍‌ଏମ୍‌ ବିରକ୍ତ ହୋଇ କାହିଁକି ବସି ରହିଥିଲ ବୋଲି ପ୍ରଶ୍ନ କରିଥିଲେ। ଏହାପରେ ଏଏନ୍‌ଏମ୍‌ ଭୁଲରେ ଏଭଳି କରିଥିବା ସ୍ବୀକାର କରିଥିଲେ। ତେବେ ଘଟଣା ଜଣାପଡ଼ିବା ପରେ କମଳେ୍‌Sଙ୍କପରିବାର ସଦସ୍ୟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ହଙ୍ଗାମା କରିଥିଲେ। ଘଟଣା ସମ୍ପର୍କରେ ସିଏମ୍‌ଓ ରାଜେଶ କୁମାରଙ୍କୁ ଅବଗତ କରାଯାଇଛି। ଜଣଙ୍କୁ ଦୁଇଥର ଟିକା ଦିଆଯିବା ଏକ ବଡ଼ ଧରଣର ଦାୟିତ୍ୱହୀନତା ବୋଲି ସେ କହିଛନ୍ତି। ସେ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏବେ କମଳେଶ ସୁସ୍ଥ ଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri